ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ ଦେଶକୁ ଏକ ନୂଆ ଦିଗ ଦେବ। ସଂରକ୍ଷଣ ବ୍ୟବସ୍ଥା ମହିଳାଙ୍କ ସ୍ବରକୁ ଆହୁରି ଶାଣିତ କରିବ। ପୂର୍ବ ଅପେକ୍ଷା ମହିଳା ଅଧିକ ସଶକ୍ତ ହୋଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ସ୍ବୟଂ ସହାୟକ ଗୋଷ୍ଠୀରୁ ଲକ୍ଷପତି ଦିଦି ହୋଇଛନ୍ତି ମହିଳାମାନେ। ପୁରୁଷଙ୍କଠାରୁ ମହିଳା ଭୋଟରଙ୍କ ପ୍ରତିଶତ ବି ଅଧିକ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟିତ୍ୱ ନେବା ପରଠୁ ମହିଳାଙ୍କ ବିକାଶ କ୍ଷେତ୍ରରେ କାର୍ଯ୍ୟ କରିଚାଲିଛନ୍ତି।

Dharitri – Odisha’s No.1 Odia Daily