ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ବ୍ୟବସାୟ ବିଭାଗରେ ମୁଖ୍ୟ ଭାବେ ୨୦୨୦-୨୩ ପର୍ଯ୍ୟନ୍ତ କାର୍ଯ୍ୟ କରୁଥିଲେ। ଏପରିକି ଟିପି ନଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ରେ ସେ ସ୍ବଳ୍ପ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୦୪ରେ ବର୍ମା ଟାଟା ପାଓ୍ବାର ଗ୍ରୁପ୍‌ ସହ ଜଡିତ ହୋଇଥିଲାବେଳେ ଦୀର୍ଘ ୨୦ ବର୍ଷରୁ ଅଧିକ ସମୟ ଧରି ସେ ବିଦ୍ୟୁତ୍‌୍‌ ବିତରଣ ଓ ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟ କରିବା ସହ ବ୍ୟାପକ ଅଭିଜ୍ଞତା ହାସଲ କରିଛନ୍ତି। ଏ ନେଇ ଟାଟା ପାଓ୍ବାରର ସଭାପତି (ଟି ଆଣ୍ଡ ଡି) ସଞ୍ଜୟ ବାଙ୍ଗା କହିଛନ୍ତି, ବିଦ୍ୟୁତ୍‌ ବିତରଣ କ୍ଷେତ୍ରରେ ପ୍ରବୀଣଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ ତାଙ୍କ ନେତ୍ୱତୃରେ ଆଗକୁ ବଢିବା ସହିତ ନୂଆ ସଫଳତା ହାସଲ କରିବ। ଏପରିକି ସେ ଏ କ୍ଷେତ୍ରରେ ଅଭିଜ୍ଞ ଓ ଦକ୍ଷ ଭାବେ ବେଶ୍‌ ଜଣାଶୁଣା। ସେହିଭଳି ପ୍ରବୀଣ କହିଛନ୍ତି, ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ସିଇଓ ଭାବେ ଯୋଗଦେଇଥିବାରୁ ମୁଁ ବେଶ୍‌ ଉତ୍ସାହିତ ଅଛି। ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ର ସଫଳତାର ଯାତ୍ରାରେ ନୂଆ ଫର୍ଦ୍ଦ ଯୋଡ଼ିବା ପାଇଁ ଆବଶ୍ୟକ ପଦକ୍ଷେପ ଓ କାର୍ଯ୍ୟକ୍ରମମାନ ହାତକୁ ନେଇ ଆଶାନୁରୂପ ସଫଳତା ହାସଲ କରିବ ବୋଲି ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri