Posted inଜାତୀୟ

ସିଭିସି ଭାବେ ଶପଥ ନେଲେ ପ୍ରବୀଣ କୁମାର

ନୂଆଦିଲ୍ଲୀ, ୩୦।୫(ପି.ଟି.): ଭିଜିଲାନ୍ସ କମିଶନର ଥିବା ପ୍ରବୀଣ କୁମାର ଶ୍ରୀବାସ୍ତବ ସୋମବାର ସେଣ୍ଟ୍ରାଲ ଭିଜିଲାନ୍ସ କମିଶନର (ସିଭିସି) ଭାବେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଥିଲେ। ସିଭିସି ଭାବେ ସୁରେଶ ଏନ୍‌ ପଟେଲଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଶ୍ରୀବାସ୍ତବ ଗତବର୍ଷ ଡିସେମ୍ବରରୁ କାର୍ଯ୍ୟକାରୀ ସିଭିସି ଭାବେ କାର୍ଯ୍ୟ କରିଆସୁଥିଲେ। ଶପଥ ଗ୍ରହଣ ଉତ୍ସବରେ ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ସିଭିସିଙ୍କ ନେତୃତ୍ୱରେ ପରିଚାଳିତ କମିଶନ୍‌ରେ ସର୍ବାଧିକ ଦୁଇଜଣ ଭିଜିଲାନ୍ସ କମିଶନର ରହିପାରିବେ। ପୂର୍ବତନ ଗୋଇନ୍ଦା ବ୍ୟୁରୋ (ଆଇବି) ମୁଖ୍ୟ ଅରବିନ୍ଦ କୁମାର ବର୍ତ୍ତମାନ ଏକମାତ୍ର ଭିଜିଲାନ୍ସ କମିଶନର ଅଛନ୍ତି। ୧୯୮୮ ବ୍ୟାଚ୍‌ର ଆସାମ-ମେଘାଳୟ କ୍ୟାଡରର ଆଇଏଏସ୍‌ ଅଫିସର ଶ୍ରୀବାସ୍ତବ ଗତବର୍ଷ ଜାନୁୟାରୀ ୩୧ରେ କ୍ୟାବିନେଟ ସଚିବାଳୟର ସମନ୍ବୟ ସଚିବ ଭାବେ ଅବସର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri