ବାସନ୍ଦ ସତ୍ତ୍ୱେ ଶାହରୁଖ ଖାନ୍‌ଙ୍କ କେକେଆର୍‌ ଦଳରେ କାହିଁକି ଯୋଗ ଦେବେ ପ୍ରବୀଣ ତାମ୍ବେ; ଜାଣନ୍ତୁ…

ନୂଆଦିଲ୍ଲୀ, ୧୩।୯: ବଲିଉଡ୍‌ ସୁପର୍‌ ଷ୍ଟାର୍‌ ଶାହରୁଖ ଖାନ୍‌ଙ୍କ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ ଦଳୀୟ ଶିବିରରେ ସାମିଲ ହେବେ ଭେଟେରାନ୍‌ ଲେଗ୍‌-ସ୍ପିନର ପ୍ରବୀଣ ତାମ୍ବେ। ୨୦୨୦ ଆଇପିଏଲ୍‌ ଲାଗି କେକେଆର୍‌ ତାମ୍ବେଙ୍କୁ ୨୦ ଲକ୍ଷ ଟଙ୍କାରେ କ୍ରୟ କରିଥିଲା। କିନ୍ତୁ ଏଥିପୂର୍ବରୁ ୪୮ ବର୍ଷୀୟ ତାମ୍ବେ ବିଦେଶୀ ଲିଗ୍‌ରେ ଅଂଶଗ୍ରହଣ କରିଥିଲେ। ଫଳରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନିୟମ ଅନୁଯାୟୀ ସେ ଆଇପିଏଲ୍‌ ସମେତ ବିଭିନ୍ନ ଘରୋଇ ପ୍ରତିଯୋଗିତାରେ ଖେଳିବା ଲାଗି ଅଯୋଗ୍ୟ ହୋଇଥିଲେ। ଏହାସତ୍ତ୍ୱେ ଏହି ମୁମ୍ବାଇ ଲେଗ୍‌-ସ୍ପିନର ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣରେ କୋଲକାତା ଡ୍ରେସିଂ ରୁମ୍‌ରେ ନଜରରେ ଆସିବେ। କେକେଆର୍‌ର ସିଇଓ ଭେଙ୍କି ମୟଶୂର ନିଶ୍ଚିତ କରିଛନ୍ତି ଯେ, ଦଳର ମୁଖ୍ୟ କୋଚ୍‌ ବ୍ରେଣ୍ଡନ ମ୍ୟାକ୍‌କୁଲମଙ୍କ ସହ ତାମ୍ବେ ୟୁଏଇ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ତାମ୍ବେ କୋଲକାତା ପକ୍ଷରୁ ଖେଳିବାର ସୁଯୋଗ ହରାଇଥିଲେ ମଧ୍ୟ ଦଳୀୟ ସେଟ୍‌ ଅପ୍‌ରେ ସାମିଲ ହେବେ। ସେ ଖେଳାଳିଙ୍କ ପ୍ରସ୍ତୁତିରେ ସହାୟତା କରିବେ ବୋଲି ଭେଙ୍କି କହିଛନ୍ତି। ଏଠାରେ ଉଲ୍ଲେଖଯୋଗ୍ୟ, ବିସିସିଆଇ ନିୟମ ଅନୁଯାୟୀ କେବଳ ଅବସରପ୍ରାପ୍ତ ଖେଳାଳିମାନେ ହିଁ ବିଦେଶୀ ଲିଗ୍‌ରେ ଅଂଶଗ୍ରହଣ କରିବାର ଅନୁମତି ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?