ଜନ୍ମବେଦିରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୩୦ା୬ (ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି। ରବିବାର ରଥ ଉପରେ ନୀତିକାନ୍ତି ସରି ଚାରମାଳ ବନ୍ଧାହେବା ପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ସୋମବାରଠାରୁ ଭକ୍ତଙ୍କୁ ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ ଦେବେ। ସେହିପରି ସୋମବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ।
ଆଡ଼ପ ପହଣ୍ଡି ନିମନ୍ତେ ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ପ୍ରତ୍ୟୁଷ ୬ଟା ୧୫ରୁ ୬ଟା ୨୫ ମଙ୍ଗଳ ଆଳତି, ମଇଲମ ୬ଟା ୨୫ରୁ ୬ଟା ୩୫, ତଡ଼ପଲାଗି ୬ଟା ୩୦ରୁ ୬ଟା ୪୫ ମଧ୍ୟରେ ସମ୍ପନ୍ନ ହୋଇଥିଲା। ତିନିରଥରେ ଅବକାଶ ନୀତି ୬ଟା ୫୦ରୁ ୭ଟା ୧୫, ବେଶ ଶେଷ ୭ଟା ୧୦ରୁ ୭ଟା ୪୦, ଗୋପାଳ ବଲ୍ଲଭ ୮ଟା ୩୦ରୁ ୯ଟା ୦୫, ସକାଳଧୂପ ଶେଷ ୯ଟା ୨୦ରୁ ୧୦ଟା ୩୦, ମଇଲମ ୧୦ଟା ୩୦ରୁ ୧୦ଟା ୫୦, ଯାତ୍ରାଙ୍ଗୀ ମହାସ୍ନାନ ଶେଷ ୧୧ଟା ୩୦, ସର୍ବାଙ୍ଗ ୧୧ଟା ୩୫, ବେଶ ୧୧ଟା ୪୦, ତିନି ରଥର ମଧ୍ୟାହ୍ନ ଧୂପ ଶେଷ ୧୨ଟା ୫୦, ସନ୍ଧ୍ୟା ଆଳତି ୧ଟା ୨୫, ସନ୍ଧ୍ୟାଧୂପ ୨ଟା ୪୫, ସିଂହାସନ ମାଜଣା ପରେ ତିନି ରଥର ଘୋଡ଼ାଫିଟା ଓ ଚାରମାଳ ବନ୍ଧା ହୋଇଥିଲା। ମୁଦିରସ୍ତଙ୍କ ଦ୍ୱାରା ତିନି ରଥରେ ପୁଷ୍ପାଞ୍ଜଳି ପ୍ରଦାନ ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ୭ ପହଣ୍ଡି ନିମନ୍ତେ ବିଜେ କାହାଳୀ ବାଜିଥିଲା। ପ୍ରଥମେ ମଦନମୋହନ, ପରେ ରାମକୃଷ୍ଣ ଓ ଶେଷରେ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ସେହିପରି ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା। ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରଥ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri