ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଟାଟା ଷ୍ଟିଲ (ୟାଟ୍ସ) ପକ୍ଷରୁ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ଭାଗ ନେଇଥିବା ୬୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାହାଣ୍ଡି ଜିଲା କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ପ୍ରୟାଗରାଜ ପଣ୍ଡା ରାଜ୍ୟସ୍ତରରେ କୃତିତ୍ୱ ଅର୍ଜନ କରିଛନ୍ତି। ଗ୍ରାଣ୍ଡ ଫାଇନାଲରେ କଳାହାଣ୍ଡି ଜିଲା ପାଇଁ ସେ ଜଣେ ମାତ୍ର ଛାତ୍ର ଭାବେ ମନୋନୀତ ହୋଇ ଜିଲା ପାଇଁ ଗୌରବ ଆଣିଛନ୍ତି। ଶୁକ୍ରବାର ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନୋଟାରିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାତରୁ ମାନପତ୍ର ସହ ଟ୍ରଫି ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଟାଟା ଷ୍ଟିଲର ଅଧିକାରୀ ଓ ପ୍ଲାନେଟୋରିୟମର ଅଧିକାରୀ ଉପସ୍ଥିତ ଥିଲେ। ଗମ୍ଭାରୀଗୁଡା ପଞ୍ଚାୟତ ଓଲମା ଗ୍ରାମର ଆଶିଷ କୁମାର ପଣ୍ଡାଙ୍କ ପୁଅ ହେଉଛନ୍ତି ପ୍ରୟାଗରାଜ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri