Posted inଜାତୀୟ

ପ୍ରୟାଗରାଜରେ ହେବ ନୂତନ ଏୟାର ଡିଫେନ୍ସ କମାଣ୍ଡ

ପ୍ରୟାଗରାଜ,୨୮।୮: ପାକିସ୍ତାନ ଓ ଚାଇନା ସହ ଜାରି ରହିଥିବା ସୀମା ବିବାଦ ମଧ୍ୟରେ ଭାରତ ସରକାର ୩ସେନା ବାହିନୀକୁ ଲଗାତାର ସଶକ୍ତ ଓ ଆଧୁନିକୀକରଣ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏଥିପାଇଁ ବାୟୁସେନାର ଅଧିନରେ ଆଉ ଏକ ନୂଆ ଏୟାର ଡିଫେନ୍ସ ଉତ୍ତରପ୍ରଦେଶ ପ୍ରୟାଗରାଜରେ ଗଠନ କରାଯିବ। ଚଳିତ ବର୍ଷ ଅକ୍ଟୋବର ଦ୍ୱିତୀୟ ସପ୍ତାହ ଅର୍ଥାତ୍‌ ୮ତାରିଖରେ ଏନେଇ ଘୋଷଣା କରାଯିବ ବୋଲି ଜଣାପଡ଼ିଛି। କାରଣ ଅକ୍ଟୋବର ୮ରେ ବାୟୁସେନା ଦିବସ ପାଳିତ ହେବ। ଭାରତୀୟ ବାୟୁସେନାର ସେଣ୍ଟ୍ରାଲ କମାଣ୍ଡ ସହିତ ପ୍ରୟାଗରାଜର ଏୟାର ଡିଫେନ୍ସ କମାଣ୍ଡକୁ ସଂଯୋଗ କରାଯିବ। ଏପର୍ଯ୍ୟନ୍ତ ଆଗ୍ରା, ଗ୍ବାଲିଅର ଓ ବରେଲି ଏୟାରବେସ୍‌ ସେଣ୍ଟ୍ରାଲ କମାଣ୍ଡ ଅଧୀନରେ ଆସୁଥିଲେ। ଏହି କମାଣ୍ଡ ଗଠନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ୩ସୈନ୍ୟ ବାହିନୀଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବା। ଏଥିସହ ଦେଶର ବୃହତ ବାୟୁକ୍ଷେତ୍ରକୁ ସୁରକ୍ଷିତ କରିବା। ତେବେ କମାଣ୍ଡ ପ୍ରତିଷ୍ଠା କରିବା ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଆଉ ଏହାର ନେତୃତ୍ୱ ଭାରତୀୟ ବାୟୁସେନାର ଏୟାର ମାର୍ଶଲ କରିବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ଡାକିଥିଲେ ବୈଠକ: ସମସ୍ତେ ଆସିଲେନି…

ଭୁବନେଶ୍ୱର, ୨୮।୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ…

୬ ଗ୍ରହର ବିରଳ ମହାଜାଗତିକ ଦୃଶ୍ୟ: ଆଜିଠାରୁ ଆକାଶରେ ଦେଖାଯିବ ପ୍ଲାନେଟ୍‌ ପରେଡ୍‌

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ):ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ…

ଗୋଠ ଏକାଠି ନାହିଁ: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡିରେ ହଲଚଲ

ଭୁବନେଶ୍ୱର, ୨୮।୨(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ ନଜର…

ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ

ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର…

ତୁଟୁନି ଚାଷୀଙ୍କ ଦୁଃଖ, ବଢୁଛି ଅସନ୍ତୋଷ

ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଚାଷୀଙ୍କ ସମସ୍ୟା ସମାଧାନ ହେବା ନାଁ ଧରୁନି। ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଥିବା ଚାଷୀଙ୍କ ଦୁଃଖ ବଢ଼ି ଚାଲିଛି। ଏହାକୁ ନେଇ…

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri