ଦାରିଙ୍ଗବାଡ଼ି ଉତ୍ସବମୁଖର: ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ପ୍ରଭୁ ଯୀଶୁଖ୍ରୀଷ୍ଟ କରିଛନ୍ତି ଧରାବତରଣ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୂମ୍‌ଧାମ ଓ ଶାନ୍ତିଶୃଙ୍ଖଳାର ସହ ପାଳନ କରାଯାଇଛି। ଏହି ପର୍ବ ପାଇଁ ଖ୍ରୀଷ୍ଟପ୍ରେମୀଙ୍କ ମଧ୍ୟରେ ଦେଖାଯାଇଛି ଖୁସି। ଚାରିଆଡ଼େ କେବଳ ଶାନ୍ତି, ସଦ୍‌ଭାବନା ଓ ମୈତ୍ରୀର ବାର୍ତ୍ତା ଦିଆଯାଇଛି। ଘରେ ଘରେ ଦେଖାଯାଇଛି ଉତ୍ସବମୁଖର। ଚର୍ଚ୍ଚ ସମେତ ପ୍ରାର୍ଥନା ଗୃହରେ ଚାଲିଛି ହୋମ, ଯଜ୍ଞ ଓ ବାଇବେଲ ପଠନରେ ପ୍ରକମ୍ପିତ ହେଉଛି ଚର୍ଚ୍ଚ ଗୃହ। ଯୀଶୁଙ୍କ ଜନ୍ମ ଖୁସିରେ କେକ୍‌ କାଟିବା ସହ ପିଠପଣାର ଆସର ଜମିଛି।

ଅନ୍ୟପକ୍ଷରେ ଲଘୁଚାପ ଜନିତ ବର୍ଷା ଲାଗିରହିଛି। ଏହାକୁ ଖାତିର ନ କରି ପରିବାର ଲୋକଙ୍କ ସହ ପହଞ୍ଚିଯାଇଛନ୍ତି ଖ୍ରୀଷ୍ଟ ଶ୍ରଦ୍ଧାଳୁ ଆଉ ସମସ୍ତେ ସାମିଲ ହୋଇ ନିଜ ପରିବାର ଓ ସମାଜ ରେ ଶାନ୍ତି ଓ ସମୃଦ୍ଧି ପାଇଁ ପ୍ରାର୍ଥନା କରିଛନ୍ତି। ସିମନବାଡ଼ି, ଦାରିଙ୍ଗବାଡ଼ି, ବ୍ରାହ୍ମଣୀଗାଁ, ତାଜୁଙ୍ଗିଆ, କାଟିଙ୍ଗିଆ, ଗଦାପୁର, ସରାମୁଳି, ହାତୀମୁଣ୍ଡା ଭଳି ସମସ୍ତ ପଞ୍ଚାୟତରେ ରହିଥିବା ଶତାଧିକ ଚର୍ଚ୍ଚ ଗୃହରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସ୍ଥାନୀୟ ବିଡିଓ ପ୍ରୀତିରଞ୍ଜନ ରଥ, ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ତଥା ତହସିଲଦାର ଶରତ ଶବର, ଆଇଆଇସି ଅଶୋକ କୁମାର ହାଁସଦା ପ୍ରମୁଖ ବିଭିନ୍ନ ଚର୍ଚ୍ଚ ବୁଲି ଶାନ୍ତିଶୃଙ୍ଖଳାର ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri