ପୃଥିବୀରେ ବଢ଼ିଚାଲିଛି ଅରାଜକତା: ବିଶ୍ୱଶାନ୍ତି ପାଇଁ ପୂଜାର୍ଚ୍ଚନା

ଭଞ୍ଜନଗର,୧୨ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବଡ଼କୋଦଣ୍ଡା ଛକ ରେନବୋ କଲୋନୀରେ ଥିବା ଇସ୍କନ ଶାଖା ଏବଂ ବ୍ରହ୍ମପୁର ଶାଖା ପକ୍ଷରୁ ମିଳିତ ଭାବେ ଆଜକୁ ୩ ଦିନ ହେବ ନୃସିଂହ ଚତୁର୍ଦ୍ଦଶୀ ପୂଜା ଚାଲିଥିଲା। ତାହା ସୋମବାର ଅପରାହ୍ନରେ ଉଦ୍‌ଯାପିତ ହୋଇଯାଇଛି। ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ନୃସିଂହ ଦେବଙ୍କ ଆବିର୍ଭାବ ତିଥିରେ ଦୀର୍ଘ ତିନିଦିନ ଧରି ପ୍ରହ୍ଲାଦ ଚରିତ ଗୋବିନ୍ଦ ମୁରାରି ଦାସଙ୍କ ଦ୍ୱାରା କଥା ଅମୃତ ଏବଂ ତିନିଦିନ ବ୍ୟାପୀ ପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା। ଆଜି ନାମହଟ କେନ୍ଦ୍ର ପ୍ରାଙ୍ଗଣରେ ମହାଯଜ୍ଞ ସହ ମହାଭିଷେକ ହୋଇଥିଲା। ବ୍ରହ୍ମପୁର ମନ୍ଦିରର ଅଧ୍ୟକ୍ଷ ପଞ୍ଚରତ୍ନ ଦାସଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ
ଅନୁଷ୍ଠିତ ହୋଇଥିଲା କାର୍ଯ୍ୟକ୍ରମକୁ କଳାନିଧି ହରି ଦାସ ସଂଯୋଜନା କରିଥିଲେ। ରାମକୃଷ୍ଣ ମୋହନ ଦାସ, ଶଙ୍ଖଧର ବିଷ୍ଣୁ ଦାସ, ହଳଧର କୁଶଳ ଦାସ, ବଳବାନ ପତିତପାବନ ଦାସ, ପ୍ରଦ୍ୟୁମ୍ନ ପ୍ରଧାନ, ସୁନୀଳ କର, ବିଜୟ ସାହୁ ପ୍ରମୁଖ ପରିଚାଳନା କରିବାରେ ସହଯୋଗ କରିଥିଲେ। ସମଗ୍ର ପୃଥିବୀରେ ଅରାଜକତା ବଢ଼ିବାରେ ଲାଗିଛି। ତେଣୁ ବିଶ୍ବ ଶାନ୍ତି ପାଇଁ ଏହି କାର୍ଯ୍ୟକ୍ରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri