Posted inଜାତୀୟ

ମନ୍ଦିରରେ ନମାଜ ପାଠ: ୪ ଜଣଙ୍କ ବିରୋଧରେ ମାମଲା ଦାଏର

ମଥୁରା,୨।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଥିବା ଖବର ପ୍ରଚାରିତ ହେବାପରେ ଏନେଇ ବିବାଦ ଆରମ୍ଭ ହୋଇଛି। ଦିଲ୍ଲୀର ଫୈଜଲ ଖାଁ ଏବଂ ମହମ୍ମଦ୍‌ ଚାନ୍ଦ୍‌ ଗାନ୍ଧୀବାଦୀକର୍ମୀ ନିଲେଶ ଗୁପ୍ତା ଏବଂ ଆଲୋକ ରତ୍ନଙ୍କ ସହିତ ସଦ୍‌ଭାବନା ଯାତ୍ରାରେ ଆସି ନନ୍ଦଗାଓ୍ବଁରେ ପହଞ୍ଚିଥିଲେ। ନନ୍ଦବାବା ମନ୍ଦିରରେ ସେମାନେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କରିଥିଲେ। ତେବେ ଏହି ୪ ଜଣଙ୍କ ବିରୋଧରେ ଧାରା ୧୫୩-କ, ୨୯୫ ଏବଂ ୫୦୫ ଅନ୍ତର୍ଗତ ମାମଲା ଦାଏର କରାଯାଇଛି। ଅଭିଯୁକ୍ତଭାବେ ମନ୍ଦିର ସେବାୟତଙ୍କୁ ଭ୍ରମିତ କରି ଏଭଳି କରିଥିବା ଅଭିଯୋଗ ମନ୍ଦିର ପ୍ରଶାସନ ପକ୍ଷରୁ କରାଯାଇଛି। ଅଭିଯୁକ୍ତମାନେ ଉଠାଯାଇ ଥିବା ଫଟୋର ଦୂରୁପଯୋଗ କରିବାର ଆଶଙ୍କା ଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ନନ୍ଦବାବା ମନ୍ଦିରର ସେବାୟତ କୃଷ୍ଣ ମୁରାରୀ ଗୋସ୍ବାମୀ ସଦ୍‌ଭାବନା ଦଳଙ୍କୁ ସ୍ବାଗତ କରିବା ସହିତ ପ୍ରଭୁଙ୍କ ପ୍ରସାଦ ମଧ୍ୟ ପ୍ରଦାନ କରିଥିଲେ। ମାତ୍ର ସେ ନମାଜ ପାଠ ସମ୍ପର୍କରେ କିଛି ଜାଣି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri