Posted inଜାତୀୟ

ମନ୍ଦିରରେ ନମାଜ ପାଠ: ୪ ଜଣଙ୍କ ବିରୋଧରେ ମାମଲା ଦାଏର

ମଥୁରା,୨।୧୧: ଦିଲ୍ଲୀରୁ ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିବା ଦୁଇ ମୁସଲମାନ୍‌ ଶ୍ରଦ୍ଧାଳୁ ମଥୁରାର ନନ୍ଦଗାଓ୍ବଁର ନନ୍ଦବାବା ମନ୍ଦିର ପରିସରରେ ଶନିବାର ନମାଜ ପଢ଼ିଥିବା ଖବର ପ୍ରଚାରିତ ହେବାପରେ ଏନେଇ ବିବାଦ ଆରମ୍ଭ ହୋଇଛି। ଦିଲ୍ଲୀର ଫୈଜଲ ଖାଁ ଏବଂ ମହମ୍ମଦ୍‌ ଚାନ୍ଦ୍‌ ଗାନ୍ଧୀବାଦୀକର୍ମୀ ନିଲେଶ ଗୁପ୍ତା ଏବଂ ଆଲୋକ ରତ୍ନଙ୍କ ସହିତ ସଦ୍‌ଭାବନା ଯାତ୍ରାରେ ଆସି ନନ୍ଦଗାଓ୍ବଁରେ ପହଞ୍ଚିଥିଲେ। ନନ୍ଦବାବା ମନ୍ଦିରରେ ସେମାନେ ପ୍ରଭୁ ଶ୍ରୀକୃଷ୍ଣଙ୍କୁ ଦର୍ଶନ କରିଥିଲେ। ତେବେ ଏହି ୪ ଜଣଙ୍କ ବିରୋଧରେ ଧାରା ୧୫୩-କ, ୨୯୫ ଏବଂ ୫୦୫ ଅନ୍ତର୍ଗତ ମାମଲା ଦାଏର କରାଯାଇଛି। ଅଭିଯୁକ୍ତଭାବେ ମନ୍ଦିର ସେବାୟତଙ୍କୁ ଭ୍ରମିତ କରି ଏଭଳି କରିଥିବା ଅଭିଯୋଗ ମନ୍ଦିର ପ୍ରଶାସନ ପକ୍ଷରୁ କରାଯାଇଛି। ଅଭିଯୁକ୍ତମାନେ ଉଠାଯାଇ ଥିବା ଫଟୋର ଦୂରୁପଯୋଗ କରିବାର ଆଶଙ୍କା ଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ନନ୍ଦବାବା ମନ୍ଦିରର ସେବାୟତ କୃଷ୍ଣ ମୁରାରୀ ଗୋସ୍ବାମୀ ସଦ୍‌ଭାବନା ଦଳଙ୍କୁ ସ୍ବାଗତ କରିବା ସହିତ ପ୍ରଭୁଙ୍କ ପ୍ରସାଦ ମଧ୍ୟ ପ୍ରଦାନ କରିଥିଲେ। ମାତ୍ର ସେ ନମାଜ ପାଠ ସମ୍ପର୍କରେ କିଛି ଜାଣି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri