ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା ହୋଇଥିଲା । ସ୍ଥାନୀୟ ଲୋକସେବା ଭବନସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ ବୈଠକରେ ସମୀକ୍ଷା କରି ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ପ୍ରସ୍ତୁତି କରିବାକୁ ସଂପୃକ୍ତ ବିଭାଗଗୁଡ଼ିକୁ ମୁଖ୍ୟ ଶାସନ ସଚିବ ଆହୁଜା ପରାମର୍ଶ ଦେଇଥିଲେ ।

ବର୍ତ୍ତମାନ ରାଜ୍ୟରେ ବାତ୍ୟା ନେଇ କୌଣସି ସୂଚନା ନଥିବାବେଳେ ଯେକୌଣସି ବିପର୍ଯ୍ୟୟର ସମ୍ମୁଖୀନ କରିବା ପାଇଁ ପ୍ରତି ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସେ କହିଥିଲେ । ଏତଦବ୍ୟତୀତ ବାତ୍ୟା ସୂଚନା ତଳ ସ୍ତରରେ ଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟରେ ଖୁବ୍‌ଶୀଘ୍ର ପହଞ୍ଚାଇବା ପାଇଁ ଥିବା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କୁ ଶ୍ରୀ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରାରମ୍ଭରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍‌ କମିଶନର ଦେଓ ରଞ୍ଜନ କୁମାର ସିଂହ ଯୋଗଦେଇ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ । ଓସ୍‌ଡମା ପକ୍ଷରୁ ବାତ୍ୟା ପ୍ରସ୍ତୁତି ସଂପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରାଯାଇଥିଲା। ପାଣିପାଗର ପୂର୍ବାନୁମାନ ସ୍ଥିତି ସଂପର୍କରେ ଅବଗତ କରି ବାତ୍ୟା କିମ୍ବା ପାଣିପାଗ ସତର୍କ ସୂଚନା ପ୍ରସାରଣ ପାଇଁ ବର୍ତ୍ତମାନର ବ୍ୟବସ୍ଥା, ଡିଜିଟାଲ ବ୍ୟବସ୍ଥା ମାଧ୍ୟମରେ ସତର୍କ ସୂଚନା ଜାରି ଏବଂ ଗୋପାଳପୁର ଓ ପାରାଦ୍ୱୀପଠାରେ ଡପଲର୍‌ ୱେଦର ରାଡାର ବ୍ୟବସ୍ଥାର ସୁଦୃଢ଼ୀକରଣ କରାଯାଇଥିବା ସଂପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଏଥି ସହ ବାଲେଶ୍ୱର ଓ ସମ୍ବଲପୁରଠାରେ ଡପଲର୍‌ ୱେଦର ରାଡାର ଷ୍ଟେସନ୍‌ ପ୍ରତିଷ୍ଠା ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଓସ୍‌ଡମା ପକ୍ଷରୁ କୁହାଯାଇଥିଲା ।

ସେହିଭଳି ଅଗ୍ନିଶମ ସେବାର ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ବିଭାଗର ପ୍ରସ୍ତୁତି ସଂପର୍କରେ ପ୍ରକାଶ କରିବା ସହ ବାତ୍ୟା ସମୟରେ ଟେଲି ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଆଭାସି ମାଧ୍ୟମରେ ଯୋଗ ଦେଇଥିବା ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ରାଜେଶ କୁମାର ଓଡ୍ରାଫ୍‌ ବାହିନୀର ବିଭିନ୍ନ ସ୍ଥାନକୁ ମୁତୟନ ପ୍ରସ୍ତୁତି ସଂପର୍କରେ ଅବଗତ କରାଇଥିଲେ ।

ସମ୍ଭାବ୍ୟ ବାତ୍ୟା ସମୟରେ ମୋବାଇଲ୍‌ ଟାୱାର ସୁଦୃଢ଼ୀକରଣ ଓ ତ୍ୱରିତ ବିଦ୍ୟୁତ ସଂଯୋଗ ଆଦି ଉପରେ ବୈଠକରେ ଆଲୋଚନା ହୋଇଥିଲା । ଏତଦ୍‌ବ୍ୟତୀତ ବାତ୍ୟା ଆଶ୍ରୟ ସ୍ଥଳୀ, ସ୍ଥାନୀୟ ବ୍ଲକ୍‌ ପ୍ରଶାସନ, ସରପଞ୍ଚ ଓ ଜନସାଧାରଣଙ୍କ ମଧ୍ୟରେ ସମନ୍ୱୟ ଓ ସହଯୋଗତାରେ କାର୍ଯ୍ୟ କରିବା ପାଇଁ ବୈଠକରେ ଆଲୋଚନା ହୋଇଥିଲା । ଏତଦ୍‌ବ୍ୟତୀତ ଜଳସମ୍ପଦ, ଖାଦ୍ୟଯୋଗାଣ, ଡ୍ରେନେଜ୍‌ ବ୍ୟବସ୍ଥା, ଡାକ୍ତରୀ ସେବା, ମହିଳା ଓ ଶିଶୁ ବିକାଶ ଆଦି ପ୍ରସ୍ତୁତି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri