Posted inଜାତୀୟ

ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ବର୍ଷା,ପ୍ରତି ମହିଳାଙ୍କୁ ମାସକୁ ୨ ହଜାର ଟଙ୍କା, ବର୍ଷରେ ୮ ସିଲିଣ୍ଡର ଦେବାକୁ ଘୋଷଣା…

ନୂଆଦିଲ୍ଲୀ, ୩।୧ : ଆଗକୁ ପଞ୍ଜାବ ବିଧାନସଭା ନିର୍ବାଚନ। ଏନେଇ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ନା ନା ପ୍ରକାର ପ୍ରତିଶ୍ରୁତି ପ୍ରଦାନ ଜାରି ରହିଛି। ରାଜ୍ୟରେ ନିର୍ବାଚନ ପୂର୍ବରୁ ପ୍ରତିଶ୍ରୁତି ବର୍ଷା ହେବାରେ ଲାଗିଛି। ଏହି ମର୍ମରେ କଂଗ୍ରେସ ପକ୍ଷରୁ ରାଜ୍ୟ ଅଧ୍ୟକ୍ଷ ନଭଜୋତ ସିଂ ସିଦ୍ଧୁଙ୍କ ପକ୍ଷରୁ ମହିଳା ଭୋଟର ପାଇଁ ନୂଆ ଘୋଷଣା କରାଯାଇଛି। ରାଜ୍ୟରେ କଂଗ୍ରେସ ସରକାର ଗଠନ ହେଲେ ପ୍ରତି ମହିଳାଙ୍କୁ ମାସକୁ ୨ ହଜାର ଟଙ୍କା ପ୍ରଦାନ କରାଯିବା ସହିତ ବର୍ଷରେ ୮ଟି ସିଲିଣ୍ଡର ଯୋଗାଇ ଦିଆଯିବ।

ଏହା ସହିତ ପଞ୍ଚମ ପାଶ ବାଳିକାଙ୍କୁ ୫ ହଜାର, ଦଶମ ପାଶ ବାଳିକାଙ୍କୁ ୧୫୦୦୦ ଏବଂ ଦ୍ୱାଦଶ ପାଶ ବାଳିକାଙ୍କୁ ୨୦ ହଜାର ଟଙ୍କାର ସହାୟତା ଦେବାକୁ କହିଛନ୍ତି। କଲେଜରେ ପଢୁଥିବା ବାଳିକାଙ୍କୁ ସ୍କୁଟି ଏବଂ ବିଦେଶ ପାଠ ପଢ଼ିବାକୁ ଯାଉଥିବା ବାଳିକାଙ୍କୁ ଟାବଲେଟ ପ୍ରଦାନ କରାଯିବ ବୋଲି ସିଦ୍ଧୁ କହିଛନ୍ତି। ଝିଅମାନଙ୍କ ନାମରେ ପୈତୃକ ସମ୍ପତ୍ତି, ଘରୋଇ କାମ ପାଇଁ ମହିଳାମାନଙ୍କୁ ଦୁଇ ଲକ୍ଷ ଟଙ୍କା ଋଣ ବିନା ସୁଧରେ ପ୍ରଦାନ କରାଯିବ।

କଂଗ୍ରେସର ମହିଳାକର୍ମୀଙ୍କୁ ଉପହାର ପ୍ରଦାନ,୫ ଏକରରୁ କମ ଜମିଥିବା କୃଷକ ଏବଂ ଶ୍ରମିକଙ୍କୁ ପ୍ରତିଦିନ ୪୦୦ ଟଙ୍କା ପ୍ରଦାନ କରାଯିବ। କଂଗ୍ରେସ ପ୍ରତ୍ୟେକ ଗ୍ରାମରେ ମହିଳା କମାଣ୍ଡୋ ବାଟାଲିୟନ ଗଠନ କରିବ। ପ୍ରତ୍ୟେକ ଗାଁରେ ଏହି ବାଟାଲିୟନରେ ଦୁଇଜଣ ମହିଳାଙ୍କୁ ରଖାଯିବ ବୋଲି ସିଦ୍ଧୁ କହିଛନ୍ତି।

ଏହା ପୂର୍ବରୁ ଆମ୍‌ ଆଦ୍‌ମୀ ପାର୍ଟି (ଏପିପି) ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରାଜ୍ୟରେ ଦଳ ସରକାର ଗଠନ କଲେ ପ୍ରତି ମହିଳାଙ୍କୁ ମାସକୁ ହଜାରେ ଟଙ୍କା ସହୟତା ପ୍ରଦାନ ଘୋଷଣା କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri