ଧାନ ଅମଳ ପୂର୍ବରୁ ରୋଗପୋକ ଆତଙ୍କ

ପାରଳାଖେମୁଣ୍ଡି,୮ା୧୧(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଉପଲଡ଼ା ଅଞ୍ଚଳର ଏକର ଏକର ଜମିରେ ଦେଖାଦେଇଛି ଭିନ୍ନ ଏକ ପ୍ରଜାତିର ପୋକ ବ୍ଲାଷ୍ଟ। ଧାନ ଗଛକୁ ପାଳକୁଟାରେ ପରିଣତ କରୁଛି ଏହି ପୋକ। ଚଳିତ ଖରିଫ ଋତୁର ଧାନଚାଷରେ ଦେଖାଦେଇଛି ସଙ୍କଟ। ସବୁଜ ଧାନ କ୍ଷେତର ମୂଳରେ ବ୍ଲାଷ୍ଟ ପ୍ରଜାତିର କୀଟ ଲାଗିଛି । ଧାନଗଛର ଗର୍ଭ ଧାରଣ ସମୟରେ ମୂଳ ଖାଇଯାଉଛି । ପାଳକୁଟାରେ ପରିଣତ ହେବାକୁ ଯାଉଛି ଜମିର ସବୁଜ ଧାନକେଣ୍ଡା। ବାରମ୍ବାର କୀଟନାଶକ ପ୍ରୟୋଗ ପରେ ବି ଦୂର ହେଉନି ସମସ୍ୟା। ଧାନ କ୍ଷୀର ଢୋକିବା ସମୟରେ ପୋକ ଆକ୍ରାନ୍ତ କରିଥିବାରୁ ଅମଳ କମିବା ଆଶଙ୍କା ଦେଖାଦେଇଛି। ଏହାକୁ ନେଇ ଉଦ୍‌ବେଗ ପ୍ରକାଶ କରି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଚାଷୀ ଏମ୍‌. ସାରଥି, ବି. ଗୁରୁପ୍ରସାଦ ପ୍ରମୁଖ। ଚଳିତ ବର୍ଷ ଜିଲାର ବିଭିନ୍ନ ସ୍ଥାନରେ ୨୫,୯୦୦ ହେକ୍ଟର ଜମିରେ ଧାନଚାଷ ହୋଇଛି। ଅନୁକୂଳ ବାତାବରଣ ଯୋଗୁ ଭଲ ଅମଳ ହେବା ନେଇ ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ ଅଞ୍ଚଳର ଏକର ଏକର ଜମିରେ ପୋକ ଲାଗି ଧାନ ଗଛ ନଷ୍ଟହେବାରେ ଲାଗିଛି। ଖବରପାଇ କୃଷି କର୍ମଚାରୀ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ପୋକ ଦାଉରୁ ରକ୍ଷା ପାଇବା ପାଇଁ ଚାଷୀଙ୍କୁ ପରାମର୍ଶ ଦେଇଛନ୍ତି। ତେବେ ଯେଉଁ ସବୁ ଅଞ୍ଚଳରେ ଧାନ ପାଚିବା ପୂର୍ବରୁ ପୋକର ଆକ୍ରାନ୍ତ ହୋଇଛି ସେହି ଅଞ୍ଚଳରେ ଅମଳ ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। ତେବେ ପ୍ରଭାବିତ ଚାଷୀଙ୍କୁ କ୍ଷତି ପୂରଣ ବାବଦରେ କୃଷି ବୀମା କିମ୍ବା ଅନ୍ୟ କୌଣସି ତ୍ୱରିତ ସହାୟତାର ବ୍ୟବସ୍ଥା ନ ଥିବା ବେଳେ ରବିଚାଷ ସମୟରେ ପ୍ରଭାବିତ ଚାଷୀଙ୍କୁ ମାଗଣା ବିହନ ସହ ସାର ଓ କୀଟନାଶକ ଯୋଗାଇବା ବ୍ୟବସ୍ଥା କରାଯିବ ବୋଲି ଜିଲା କୃଷି ଅଧିକାରୀ କୈଳାସ ଚନ୍ଦ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri