ବୃଦ୍ଧି ହେଲା ପ୍ରାକ୍‌ ମାଟ୍ରିକ ଛାତ୍ରବୃତ୍ତି, ଜାଣନ୍ତୁ କେତେ ବଢିଲା…

ଭୁବନେଶ୍ୱର,୨୨।୧୧(ରବିନାରାୟଣ ଜେନା): ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କ ଉନ୍ନତି ପାଇଁ ସରକାର ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କ ପାଇଁ ପ୍ରାକ୍‌-ମାଟ୍ରିକ ଛାତ୍ରବୃତ୍ତି ଏବଂ ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତି ହାର ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ରାଜ୍ୟରେ ଖାଦ୍ୟ ସାମଗ୍ରୀ ଏବଂ ଦୈନିକ ବ୍ୟବହାର କରାଯାଇଥିବା ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧିକୁୁ ଲକ୍ଷ୍ୟକରି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ, ଛାତ୍ରମାନଙ୍କ ପାଇଁ ଏହି ରାଶି ୧୦,୫୦୦ରୁ ୧୬ହଜାରକୁ ବୃଦ୍ଧି କରାଯାଇଥିବାବେଳେ ଛାତ୍ରୀମାନଙ୍କ କ୍ଷେତ୍ରରେ ୧୧ହଜାରରୁ ୧୭,୦୦୦ ଟଙ୍କା(ସର୍ବାଧିକ ୧୦ ମାସ ପାଇଁ) ବୃଦ୍ଧି କରାଯାଇଛି। ଏହି ଛାତ୍ରବୃତ୍ତି ଶିଶୁବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅନ୍ତେବାସୀ ଛାତ୍ରୀଛାତ୍ରମାନଙ୍କୁ ମିଳିବ।
ମାତ୍ର ଅନ୍ବେଷା ଛାତ୍ରାବାସରେ ଅଧ୍ୟୟନରତ ଛାତ୍ରୀଛାତ୍ରମାନେ ପ୍ରାକ୍‌- ମାଟ୍ରିକ ଛାତ୍ରବୃତ୍ତି ବାବଦକୁ ବାର୍ଷିକ ୧୧,୦୦୦ ଟଙ୍କା ପରିବର୍ତ୍ତେ ୧୭,୦୦୦ ଟଙ୍କା ପାଇବେ। ସେହିପରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନରତ ଏକାଦଶ ଏବଂ ଦ୍ବାଦଶ ଶ୍ରେଣୀର ଅନ୍ତେବାସୀ ଛାତ୍ରୀଛାତ୍ରମାନଙ୍କ ପାଇଁ ପ୍ରଦାନ କରାଯାଇଥିବା ମେସ୍‌ ପରିଚାଳନା ଖର୍ଚ୍ଚ ଯଥା ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତି ହାରକୁ ମଧ୍ୟ ବୃଦ୍ଧି କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତି
ଛାତ୍ର ବାର୍ଷିକ ୧୧ହଜାରରୁ ୧୬,୦୦୦ ଟଙ୍କା ପାଇବାକୁ ରହିଥିବାବେଳେ ଛାତ୍ରୀମାନେ ୧୭,୦୦୦ ଟଙ୍କା ବାର୍ଷିକ(୧୦ମାସ ପାଇଁ) ପାଇବେ। ଏହି ଛାତ୍ରବୃତ୍ତି ସଂଶୋଧନ ଦ୍ବାରା ବିଦ୍ୟାଳୟରେ ଅଧ୍ୟୟନରତ ଅନୁସୂଚିତ ଜନଜାତି ବର୍ଗର ଅନ୍ତେବାସୀ ଛାତ୍ରୀଛାତ୍ରମାନେ ଉନ୍ନତମାନର ଓ ପୁଷ୍ଟିକର ଖାଦ୍ୟ ପାଇପାରିବେ। ଏହି ବର୍ଦ୍ଧିତ ଛାତ୍ରବୃତ୍ତି ୨୦୨୫-୨୬ ଶିକ୍ଷାବର୍ଷର ଡିସେମ୍ବର ମାସ ପହିଲାଠାରୁ ଲାଗୁ କରାଯିବ ବୋଲି ମୁଖ୍ୟଶାସନ ସଚିବ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri