ବୃଦ୍ଧି ହେଲା ପ୍ରାକ୍‌ ମାଟ୍ରିକ ଛାତ୍ରବୃତ୍ତି, ଜାଣନ୍ତୁ କେତେ ବଢିଲା…

ଭୁବନେଶ୍ୱର,୨୨।୧୧(ରବିନାରାୟଣ ଜେନା): ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କ ଉନ୍ନତି ପାଇଁ ସରକାର ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରୀଛାତ୍ରମାନଙ୍କ ପାଇଁ ପ୍ରାକ୍‌-ମାଟ୍ରିକ ଛାତ୍ରବୃତ୍ତି ଏବଂ ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତି ହାର ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ମୁଖ୍ୟଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ରାଜ୍ୟରେ ଖାଦ୍ୟ ସାମଗ୍ରୀ ଏବଂ ଦୈନିକ ବ୍ୟବହାର କରାଯାଇଥିବା ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧିକୁୁ ଲକ୍ଷ୍ୟକରି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ, ଛାତ୍ରମାନଙ୍କ ପାଇଁ ଏହି ରାଶି ୧୦,୫୦୦ରୁ ୧୬ହଜାରକୁ ବୃଦ୍ଧି କରାଯାଇଥିବାବେଳେ ଛାତ୍ରୀମାନଙ୍କ କ୍ଷେତ୍ରରେ ୧୧ହଜାରରୁ ୧୭,୦୦୦ ଟଙ୍କା(ସର୍ବାଧିକ ୧୦ ମାସ ପାଇଁ) ବୃଦ୍ଧି କରାଯାଇଛି। ଏହି ଛାତ୍ରବୃତ୍ତି ଶିଶୁବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅନ୍ତେବାସୀ ଛାତ୍ରୀଛାତ୍ରମାନଙ୍କୁ ମିଳିବ।
ମାତ୍ର ଅନ୍ବେଷା ଛାତ୍ରାବାସରେ ଅଧ୍ୟୟନରତ ଛାତ୍ରୀଛାତ୍ରମାନେ ପ୍ରାକ୍‌- ମାଟ୍ରିକ ଛାତ୍ରବୃତ୍ତି ବାବଦକୁ ବାର୍ଷିକ ୧୧,୦୦୦ ଟଙ୍କା ପରିବର୍ତ୍ତେ ୧୭,୦୦୦ ଟଙ୍କା ପାଇବେ। ସେହିପରି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନରତ ଏକାଦଶ ଏବଂ ଦ୍ବାଦଶ ଶ୍ରେଣୀର ଅନ୍ତେବାସୀ ଛାତ୍ରୀଛାତ୍ରମାନଙ୍କ ପାଇଁ ପ୍ରଦାନ କରାଯାଇଥିବା ମେସ୍‌ ପରିଚାଳନା ଖର୍ଚ୍ଚ ଯଥା ମାଟ୍ରିକ ପରବର୍ତ୍ତୀ ଛାତ୍ରବୃତ୍ତି ହାରକୁ ମଧ୍ୟ ବୃଦ୍ଧି କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରତି
ଛାତ୍ର ବାର୍ଷିକ ୧୧ହଜାରରୁ ୧୬,୦୦୦ ଟଙ୍କା ପାଇବାକୁ ରହିଥିବାବେଳେ ଛାତ୍ରୀମାନେ ୧୭,୦୦୦ ଟଙ୍କା ବାର୍ଷିକ(୧୦ମାସ ପାଇଁ) ପାଇବେ। ଏହି ଛାତ୍ରବୃତ୍ତି ସଂଶୋଧନ ଦ୍ବାରା ବିଦ୍ୟାଳୟରେ ଅଧ୍ୟୟନରତ ଅନୁସୂଚିତ ଜନଜାତି ବର୍ଗର ଅନ୍ତେବାସୀ ଛାତ୍ରୀଛାତ୍ରମାନେ ଉନ୍ନତମାନର ଓ ପୁଷ୍ଟିକର ଖାଦ୍ୟ ପାଇପାରିବେ। ଏହି ବର୍ଦ୍ଧିତ ଛାତ୍ରବୃତ୍ତି ୨୦୨୫-୨୬ ଶିକ୍ଷାବର୍ଷର ଡିସେମ୍ବର ମାସ ପହିଲାଠାରୁ ଲାଗୁ କରାଯିବ ବୋଲି ମୁଖ୍ୟଶାସନ ସଚିବ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri