କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ ନିକଟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ବ୍ୟାନର-ପୋଷ୍ଟର ଚିରାଯିବାକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।

ଅଭିଯୋଗ ଅନୁଯାୟୀ, ଚିରାଯାଇଥିବା ବ୍ୟାନରରେ କୌଣସି ପ୍ରାର୍ଥୀଙ୍କ ଫଟୋ ନଥିଲା; କେବଳ ସ୍ୱାମୀ ବିବେକାନନ୍ଦ, ମା’ ସରସ୍ୱତୀଙ୍କ ଫଟୋ ସହ “ଏବିଭିପିରେ ଯୋଗଦିଅନ୍ତୁ” ବୋଲି ଲେଖାଯାଇଥିଲା। ତେବେ ଉଦ୍ଦେଶ୍ୟମୂଳକ ଭାବେ ୭ ନମ୍ବର ୱାର୍ଡର ବିଜେଡି କାଉନସିଲର ଶିବା ସାହୁଙ୍କ ଇଙ୍ଗିତରେ ପୌରପାଳିକାର କିଛି କର୍ମଚାରୀ ଏହାକୁ ଚିରି ଦେଇଥିବା ଏବିଭିପି ଛାତ୍ରଛାତ୍ରୀ ଅଭିଯୋଗ ଆଣିଛନ୍ତି। ଏହି ଘଟଣାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।

ଏହାର ପ୍ରତିବାଦରେ ଏବିଭିପିର ଶତାଧିକ ଛାତ୍ରଛାତ୍ରୀ ଜାତୀୟ ରାଜପଥ-୨୬ ଅବରୋଧ କରି ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଘଟଣାକୁ ନେଇ ଏବିଭିପି ନେତା ହିତେଶ କୁମାର ସାହୁ, ନିତେଶ ଜାନୀ, ଆରୀୟା ନାଏକ, ଛନ୍ଦା ଚରଣ ବେହେରା, ଦେବାଶିଷ ପଟ୍ଟନାୟକ ଓ ସମିପ ରାଉତ ପ୍ରମୁଖ ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

ଅନ୍ୟପଟେ, ଭବାନୀପାଟଣା ପୌରପାଳିକା ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାଢ଼ୀଙ୍କୁ ପଚାରିବାରୁ ସେ ଘଟଣାଟି ସତ୍ୟ ବୋଲି ସ୍ୱୀକାର କରିଛନ୍ତି। କାଉନସିଲର ଜଣକ ତାଙ୍କ ଅଜାଣତରେ ୩ ଜଣ ପୌର କର୍ମଚାରୀଙ୍କୁ ନେଇ ଏପରି କାର୍ଯ୍ୟ କରିଥିବା ସେ ପ୍ରକାଶ କରିଛନ୍ତି। ଆସନ୍ତା ୧୫ ତାରିଖରେ କଲେଜ ନିର୍ବାଚନ ହେବାକୁ ଥିବା ବେଳେ ଏବେଠୁ ଏପରି ସ୍ଥିତି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?