୧୪ରୁ ଖୋଲିବ ପ୍ରି-ସ୍କୁଲ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ରାଜ୍ୟର ସମସ୍ତ ଘରୋଇ ପ୍ରି-ସ୍କୁଲ (ପ୍ଲେ ଓ କେଜି ଶ୍ରେଣୀ) ଖୋଲିବା ପାଇଁ ମଙ୍ଗଳବାର ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁପାଳନ ସହ ଆସନ୍ତା ୧୪ ତାରିଖରୁ ପ୍ଲେ ସ୍କୁଲ ଖୋଲିବ। କରୋନା ତୃତୀୟ ଲହର ତଳମୁହାଁ ହେବା ପରେ ରାଜ୍ୟରେ ସୋମବାରଠାରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଓ କଲେଜ ଖୋଲିଛି। ଅଫ୍‌ଲାଇନ୍‌ ମାଧ୍ୟମରେ ପାଠପଢ଼ା ଆରମ୍ଭ ହୋଇଯାଇଛି। ଆସନ୍ତା ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ବୋଲି ପୂର୍ବରୁ ସରକାର ଘୋଷଣା କରିଥିଲେ। ଏହାରି ମଧ୍ୟରେ ସରକାର ୨୦୨୧-୨୨ ଶିକ୍ଷାବର୍ଷ ଲାଗି ପ୍ଲେ ସ୍କୁଲ ଓ କେଜି ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ଅନୁମତି ପରେ ପ୍ରି-ସ୍କୁଲଗୁଡ଼ିକରେ କୋଭିଡ୍‌-କଟକଣା ମଧ୍ୟରେ ବିଦ୍ୟାଳୟ ପରିସରରେ ଅଫ୍‌ଲାଇନ୍‌ କ୍ଲାସ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ସରକାର ଘରୋଇ ପ୍ରି-ସ୍କୁଲଗୁଡ଼ିକୁ ମଧ୍ୟ କୋଭିଡ୍‌ ଗାଇଡ୍‌ଲାଇନ୍‌ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଚିଠି ଲେଖିଛନ୍ତି। ଯେଉଁ ଶିକ୍ଷକ ଓ ଅଣଶିକ୍ଷକମାନେ ସ୍କୁଲକୁ ଆସୁଛନ୍ତି, ସେମାନେ କରୋନା ଟିକାର ଉଭୟ ଡୋଜ୍‌ ନେଇଥିବା ଆବଶ୍ୟକ। ସେହିପରି ଛୋଟ ପିଲାଙ୍କ ଯତ୍ନ ନେବା ପାଇଁ ବିଦ୍ୟାଳୟ କର୍ତ୍ତୃପକ୍ଷ ଦାୟିତ୍ୱବାନ ହେବାକୁ ସରକାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri