Posted inଜାତୀୟ

ଟିକାଦାନ ପୂର୍ବରୁ ଅଭ୍ୟାସ: ୧୧୬ ଜିଲାରେ ମକ୍‌ ଡ୍ରିଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨।୧: ଭାରତରେ କରୋନା ଟିକାକରଣ ପୂର୍ବରୁ ସମସ୍ତ ବ୍ୟବସ୍ଥାର ତଦାରଖ ପାଇଁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ଶନିବାରଠାରୁ ଟିକାକରଣ ଅଭ୍ୟାସ (ମକ୍‌ ଡ୍ରିଲ୍‌) ଆରମ୍ଭ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶ ଆଦି ୪ ରାଜ୍ୟରେ ୪୮ ଘଣ୍ଟିଆ ମକ୍‌ ଡ୍ରିଲ୍‌ କରାଯାଇଥିଲା। ମାତ୍ର ଏବେ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ କରାଯାଉଛି। ଦେଶର ୧୧୬ ଜିଲାର ୨୫୯ ଅଞ୍ଚଳରେ ଏହା ଆରମ୍ଭ କରାଯିବ। ଦେଶବ୍ୟାପୀ ମକ୍‌ ଡ୍ରିଲ୍‌ରେ ପ୍ରତି ରାଜ୍ୟର ୨ଟି ସହରକୁ ଚିହ୍ନଟ କରାଯିବ। ପ୍ରକୃତ ଟିକାଦାନ ପୂର୍ବରୁ ଚିହ୍ନଟ ହୋଇଥିବା ସହରରେ ମକ୍‌ ଡିଲ୍‌ରେ ଏକ ଅଭ୍ୟାସ କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଦିଲ୍ଲୀର ଦରିଆଗଞ୍ଜ୍‌ରେ ମକ୍‌ ଡ୍ରିଲ୍‌ ଆରମ୍ଭ ହୋଇଛି। ଜିଟିବି ହସ୍ପିଟାଲରେ ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ପହଞ୍ଚି ଏହାର ତଦାରଖ କରିଛନ୍ତି। ସେହିପରି ଦିଲ୍ଲୀର ଭେଙ୍କେଟେଶ୍ୱର ହସ୍ପିଟାଲରେ ମଧ୍ୟ ଟିକାଦାନ ଅଭ୍ୟାସ ଆରମ୍ଭ ହୋଇଛି। ଏଥିରେ ଲୋକଙ୍କୁ ଟିକାଦାନ କରା ନ ଗଲେ ମଧ୍ୟ ଅନ୍ୟ ସମସ୍ତ ପ୍ରକ୍ରିୟାକୁ ଭଲ ଭାବେ ଯାଞ୍ଚ୍‌ କରାଯିବ। ମକ୍‌ ଡ୍ରିଲ୍‌ ଜିଲା ହସ୍ପିଟାଲ ସମେତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଘରୋଇ ହସ୍ପିଟାଲ ଆଦିରେ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri