ଦୀପାବଳିରେ ଭିଜିବ ଉପକୂଳ

ଭୁବନେଶ୍ୱର,୨୪।୧୦ (ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ରବିବାର ସକାଳେ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟାପ୍ରତି ୧୭ କି.ମି. ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଆଗାମୀ ୧୨ଘଣ୍ଟା ଯାଏ ନିଜ ଗତିର ଦିଗ ବଜାୟ ରଖିବା ସହ ପରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଦୀପାବଳିରେ ଉପକୂଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର-ଉପକୂଳରେ ସାମାନ୍ୟ ଅଧିକ ପ୍ରଭାବ ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଆଦି ୬ ଜିଲାକୁ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକରେ ୭ ରୁ ୧୧ ସେମି ମଧ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାଛଡ଼ା ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ସମେତ ଉତ୍ତର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବ। ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ ଏବଂ ବୁଧବାର ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ସ୍ବଳ୍ପ ଧରଣର ବର୍ଷା ହେବା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି।
ସେପଟେ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦରଗୁଡ଼ିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଗୋପାଳପୁର, ପୁରୀ ଏବଂ ଧାମରା ବନ୍ଦର ପାଇଁ ବିପଦ ସଙ୍କେତ-୩ ଦିଆଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ୨୫ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ମଧ୍ୟ ବାରଣ କରାଯାଇ ଆସୁଛି। ଅପରପକ୍ଷେ ରବିବାର ସାରା ଦେଶରୁ ମୌସୁମୀ ବିଦାୟ ନେଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri