ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବ। ଡିସେମ୍ବର ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ୪ ତାରିଖ ସକାଳେ ସାମୁଦ୍ରିକ ଝଡ଼ ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାର ପ୍ରଭାବରେ ୫ରୁ ୭ ତାରିଖ ଯାଏ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବିଶେଷ କରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ବାତ୍ୟା ଯୋଗୁ ଉପକୂଳରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ଡିସେମ୍ବର ୧ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ୨ ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୭୦ କିମି ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ଡିସେମ୍ବର ୧ରୁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରକୁ ମାଛ ଧରିବାକୁ ଯାଇଛନ୍ତି, ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ କୃଷକମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ପାଚିଲା ଧାନକୁ କାଟି ଖଳାକୁ ଆଣିବା ଲାଗି ପରାମର୍ଶ ଦିଆଯାଇଛି। ମେଘୁଆ ପାଗ ଯୋଗୁ ସମ୍ଭାବ୍ୟ ରୋଗପୋକ ପ୍ରତି ଧ୍ୟାନ ଦେବାକୁ କୁହାଯାଇଛି। ତେବେ ପବନକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହିବା ବେଳେ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri