ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ(ଡିପ୍‌ ଡିପ୍ରେଶନ)ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଅବପାତ ଉତ୍ତର ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ପାରାଦୀପଠାରୁ ୧୫୦ କି.ମି. ଦୂରରେ ରହିଛି। ଶୁକ୍ରବାର ଅପରାହ୍ନ ସୁଦ୍ଧା ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ଘନୀଭୂତ ହେଲେ ମଧ୍ୟ ଏହାର ଅଧିକ ପ୍ରଭାବ ସମୁଦ୍ର ଭିତରେ ରହିବ। ଅବପାତରେ ପରିଣତ ହୋଇ ଉପକୂଳକୁ ଆସିବ। ଏଥିଯୋଗୁ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ଓଡ଼ିଶା ଉପକୂଳ ଅତିକ୍ରମ କରିବା ସମ୍ଭାବନା ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଜିଲାରେ କିଛି ପରିମାଣରେ ଅଧିକ ବର୍ଷା ହେବ ବୋଲି ସେ କହିଛନ୍ତି।
ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ୨୩ ତାରିଖ ଅପରାହ୍ନରେ ପଶ୍ଚିମବଙ୍ଗର ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁରା ମଧ୍ୟ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳରେ ଘଣ୍ଟାକୁ ୫୦ରୁ ୬୦ ଏବଂ ବେଳେ ବେଳେ ୭୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ୨୪ ତାରିଖରେ ଏହା ଡିପ୍ରେଶନରେ ପରିଣତ ହୋଇ ଦୁର୍ବଳ ହୋଇଯିବ। ଲଘୁଚାପକୁ ଦୃଷ୍ଟିରେ ରଖି ପାରାଦୀପ, ଗୋପାଳପୁର, ପୁରୀ, ଚାନ୍ଦବାଲିରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।
ଲଘୁଚାପ ଘନୀଭୂତ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପୁରୀ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ଏହାଛଡ଼ା ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଏବଂ ଯାଜପୁର ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଲଘୁଚାପ ଅବପାତ ରୂପ ନେଉଥିବାରୁ ଜିଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ପାଣିରେ ବୁଡିଯିବା ସମ୍ଭାବନା ରହିଛି। କଚ୍ଚାଘର ଭାଙ୍ଗିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ସେଥିପ୍ରତି ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି। ଅଗ୍ନିଶମ ବାହିନୀକୁ ମଧ୍ୟ ପରିସ୍ଥିତିର ମୁକାବିଲା ପାଇଁ କୁହାଯାଇଛି।
ଲଘୁଚାପ ଯୋଗୁ ଗତ ୨୪ ଘଣ୍ଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ପାରାଦୀପରେ ୭୧ ମିଲିମିଟର ବର୍ଷା ହୋଇଥିବା ବେଳେ ଚାନ୍ଦବାଲି ୫୯.୮, କଟକ ୧୧.୪, ଭୁବନେଶ୍ୱର ୧୫.୯, ପୁରୀ ୧୮, ଗୋପାଳପୁର ୧୮.୧, ଛତ୍ରପୁର ୧୫ ଏବଂ ପାରଳାଖେମୁଣ୍ଡିରେ ୧୦.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?