ଅବପାତ ରୂପ ନେବ ଲଘୁଚାପ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତା ୧୧ ଓ ୧୨ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡା ଏବଂ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଅବପାତ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୦ କି.ମି. ବେଗରେ ପବନ ବହିପାରେ। ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ଆସନ୍ତା ୧୦ ତାରିଖ ପୂର୍ବରୁ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ୧୧ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମଧ୍ୟ ସତର୍କ କରାଯାଇଛି। ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ହେବାର କୌଣସି ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri