Categories: ଫୁରସତ

ଏହାକୁ ଦେଖି ଡରିଗଲେ ୩ ସିଂହ: ଚକମା ଦେଖାଇ ଖସିଗଲା

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ ନେଉଳକୁ ୩ ସିଂହ ଶିକାର କରିବାକୁ ଆସୁଥିବା ଦେଖିବାକୁ ମିଳୁଛି। ପରେ ନେଉଳର ବୁଦ୍ଧିଦେଖି ସିଂହ ଡରି ପଳାଉଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

Share