Posted inଜାତୀୟ

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ, ତିନି ସେନା ପାଇଁ ପ୍ରାୟ ୭୯,୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରତିରକ୍ଷା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।

ଏଥିରେ ସ୍ଥଳସେନା ପାଇଁ ଶତ୍ରୁର ଶକ୍ତିଶାଳୀ ଲକ୍ଷ୍ୟକୁ ସଠିକ ଭାବେ ଭେଦ କରିବା ପାଇଁ ଲୋଇଟର ମ୍ୟୁନିସନ୍ ସିଷ୍ଟମ, କମ୍ ଉଚ୍ଚତାରେ ଉଡୁଥିବା ଶତ୍ରୁ ଡ୍ରୋନ୍ ଚିହ୍ନଟ ପାଇଁ ହାଲୁକା ଓଜନର ରାଡାର। ପିନାକା ରକେଟ୍ ସିଷ୍ଟମ ପାଇଁ ଅଧିକ ଦୂରଗାମୀ ଏବଂ ସଠିକ ଲକ୍ଷ୍ୟଭେଦୀ ଗାଇଡେଡ୍ ରକେଟ୍ ଆମୁନିସନ୍ ରହିଛି।

ନୌସେନା ପାଇଁ ସମୁଦ୍ର ମଧ୍ୟରେ ଜାହାଜ ଓ ସବ୍‌ମାରିନ୍‌ର ଗତିବିଧିକୁ ସହଜ କରିବା ପାଇଁ ବୋଲାର୍ଡ ପୁଲ୍ ଟଗ୍‌ସ। ସୁରକ୍ଷିତ ଯୋଗାଯୋଗ ପାଇଁ ହାଇ-ଫ୍ରିକ୍ୱେନ୍ସି ସଫ୍ଟୱେୟାର ରେଡିଓ। ଭାରତ ମହାସାଗରରେ ତୀକ୍ଷ୍ଣ ନଜର ରଖିବା ପାଇଁ ଦୂରଗାମୀ ଡ୍ରୋନ୍ ଲିଜ୍‌ରେ ନିଆଯିବ।

ସେହିପରି ଭାରତୀୟ ବାୟୁସେନା ପାଇଁ ବିମାନର ସୁରକ୍ଷିତ ଅବତରଣ ଓ ଉଡ଼ାଣ ରେକର୍ଡିଂ ପାଇଁ ଅଟୋମେଟିକ୍ ଟେକ୍-ଅଫ୍ ଲ୍ୟାଣ୍ଡିଂ ରେକର୍ଡିଂ ସିଷ୍ଟମ। ଶତ୍ରୁ ପକ୍ଷର ବିମାନକୁ ଦୂରରୁ ନଷ୍ଟ କରିବା ପାଇଁ ଅତ୍ୟାଧୁନିକ ଅସ୍ତ୍ର ମାର୍କ-୨ କ୍ଷେପଣାସ୍ତ୍ର। ପାଇଲଟ୍‌ମାନଙ୍କୁ ତାଲିମ ଦେବା ପାଇଁ ତେଜସ ବିମାନର ଫୁଲ୍ ମିଶନ ସିମୁଲେଟର ସାମିଲ ରହିଛି।

ଏହି ସମସ୍ତ ଅତ୍ୟାଧୁନିକ ଉପକରଣ ଓ ପ୍ରଯୁକ୍ତିବିଦ୍ୟା ଭାରତୀୟ ସଶସ୍ତ୍ର ବାହିନୀର କ୍ଷମତାକୁ ବୃଦ୍ଧି କରିବା ସହ ସୀମା ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri