ଚିକିତ୍ସା ଅବହେଳାରୁ ଚାଲିଗଲା ଗର୍ଭବତୀ ଆଶାକର୍ମୀଙ୍କ ଜୀବନ, ରାଜରାସ୍ତାରେ ମୃତଦେହ ରଖି…

ଉମରକୋଟ,୧ା୯(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ଚିକିତ୍ସା ଅବହେଳାରୁ ଜଣେ ଗର୍ଭବତୀ ଆଶାକର୍ମୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଉମରକୋଟ ସ୍ବାସ୍ଥ୍ୟକେନ୍ଦ୍ରରେ ଏପରି ଦୁଃଖଦ ଘଟଣା ଘଟିଛି।  ପ୍ରସବ ପାଇଁ ଉମରକୋଟ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା, ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡ଼ବାସନୀ ଗ୍ରାମର  ଆଶାକର୍ମୀ ଦମୟନ୍ତୀ ଭତ୍ରା ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଯିଏ ରବିବାର ପ୍ରସବ ବେଦନା ହେବାରୁ ଅପରାହ୍ନରେ ଉମରକୋଟ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଉପକଣ୍ଠ ସ୍ବାସ୍ଥ୍ୟକେନ୍ଦ୍ରରେ ୩ ଘଣ୍ଟା ଚିକିତ୍ସା କରି ପରେ ନବରଙ୍ଗପୁରକୁ ରେଫର କରାଯାଇଥିଲା। ନବରଙ୍ଗପୁର ଯିବା ସମୟରେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ବର୍ତ୍ତମାନ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି। ଆଶାକର୍ମୀଙ୍କ ପରିବାର ଏବଂ ଭାଷା ସଂଘ ପକ୍ଷରୁ ଏହି ଘଟଣାକୁ ନେଇ ଚିକିତ୍ସା କରୁଥିବା ଡାକ୍ତର ସାଗରିକା ସ୍ବାଇଁଙ୍କୁ ଦାୟୀ କରିଛନ୍ତି। ଡାକ୍ତରଙ୍କ ଅବହେଳା ଯୋଗୁ ଅକାଳରେ ଆଶାକର୍ମୀ ମୃତ୍ୟୁବରଣ କରିଥିବା ପ୍ରକାଶ କରିଛନ୍ତି।

ଏହି ଘଟଣା ପରେ ଉମରକୋଟ ଡିଏନକେ ମେଡିକାଲ ଛକଠାରେ ମୃତ ଆଶାକର୍ମୀଙ୍କ ମୃତଦେହ ରଖି କ୍ଷତିପୂରଣ ଦାବି କରିଛନ୍ତି ଗ୍ରାମବାସୀ ଓ ପରିବାର ଲୋକେ। ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛି। ଏହି ଆନ୍ଦୋଳନରେ ଜିଲା ଆଶାକର୍ମୀ ସଂଘ ଓ ଜିଲା ମଜଦୂର ସଂଘ ଆନ୍ଦୋଳନ କରୁଛନ୍ତି। ଡାକ୍ତରଙ୍କ ଅବହେଳା ଯୋଗୁ ଆଶାକର୍ମୀଙ୍କ ମୃତ୍ୟୁ ହୋଇଛି ଏଣୁ ତୁରନ୍ତ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ଆନ୍ଦୋଳନକାରୀ ଦାବି କରିଛନ୍ତି । ଏହାସହ ଆଶାକର୍ମୀ ଜଣେ ସରକାରୀ କର୍ମଚାରୀ ହୋଇଥିବା ଯୋଗୁ କେନ୍ଦ୍ର ସରକାର ପକ୍ଷରୁ ୫୦ ଲକ୍ଷ ଏବଂ ରାଜ୍ୟ ସରକାର ପକ୍ଷରୁ ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦାବି ରଖାଯାଇଛି।

ସୂଚନାଯୋଗ୍ୟ, ଡାକ୍ତର ସାଗରିକା ସ୍ବାଇଁ କିଛି ଦିନ ପୂର୍ବେ ଉମରକୋଟ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରସୂତି ବିଭାଗରେ କାର୍ଯ୍ୟ ଆରମ୍ଭ କରିଥିଲେ। କାର୍ଯ୍ୟ ଆରମ୍ଭ କରିବା ପର ଦିନଠାରୁ ଅଧିକାଂଶ ସମୟରେ ଗର୍ଭବତୀ ମହିଳାଙ୍କୁ ନବରଙ୍ଗପୁର ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ରେଫର କରୁଥିବା ଅଭିଯୋଗ କରିଛନ୍ତି ଆନ୍ଦୋଳନକାରୀ। ପ୍ରତିବାଦ ପାଇଁ ମୃତ ଆଶାକର୍ମୀଙ୍କ ମୃତଦେହକୁ ଗ୍ରାମବାସୀ କୋକେଇ ସାହାଯ୍ୟରେ ପ୍ରାୟ ୫ କିଲୋମିଟର ବୋହି ବୋହି ଉମରକୋଟ ଆଣି ରାଜରାସ୍ତାରେ ରଖି ପ୍ରତିବାଦ କରୁଛନ୍ତି। ଫଳରେ ଉମରକୋଟରୁ ନବରଙ୍ଗପୁରକୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri