Posted inଜାତୀୟ

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା କାଜଲ ମଙ୍ଗଳବାର ପ୍ରାଣ ହରାଇଛନ୍ତି।

ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି ବିବାହର ମାତ୍ର ୧୫ ଦିନ ପରେ ସ୍ୱାମୀ ଅଙ୍କୁର ଏବଂ ତାଙ୍କ ପରିବାର କାର୍‌ ଓ ନଗଦ ଟଙ୍କା ଦାବି କରି କାଜଲଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ।

ଜାନୁଆରୀ ୨୨ ତାରିଖ ରାତି ପ୍ରାୟ ୧୦ଟା ବେଳେ ଏକ ଘରୋଇ କଳିରୁ ଉତ୍ତ୍ୟକ୍ତ ହୋଇ ଅଙ୍କୁର କାଜଲଙ୍କ ମୁଣ୍ଡକୁ ଏକ ଡମ୍ବେଲ୍‌ରେ ଆକ୍ରମଣ କରିବା ସହ କବାଟରେ ପିଟି ଦେଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। କାଜଲ ଚାରି ମାସର ଗର୍ଭବତୀ ଥିଲେ। ତାଙ୍କ ମୃତ୍ୟୁ ସହ ଗର୍ଭସ୍ଥ ଶିଶୁର ମଧ୍ୟ ମୃତ୍ୟୁ ଘଟିଛି। “ଅଙ୍କୁର ଗୋଟିଏ ନୁହେଁ, ଦୁଇଟି ହତ୍ୟା କରିଛି,” ବୋଲି ଶୋକାକୁଳ ପରିବାର କହିଛନ୍ତି।

କାଜଲ ୨୦୨୩ ମସିହାରେ ଦିଲ୍ଲୀ ପୋଲିସର SWAT ଟିମ୍‌ରେ କମାଣ୍ଡୋ ଭାବେ ନିଯୁକ୍ତି ପାଇଥିଲେ। ଅଭିଯୁକ୍ତ ସ୍ୱାମୀ ଅଙ୍କୁର ଦିଲ୍ଲୀର ପ୍ରତିରକ୍ଷା ମନ୍ତ୍ରଣାଳୟରେ ଜଣେ କିରାଣୀ ଭାବେ କାର୍ଯ୍ୟରତ। ଦୁହେଁ ୨୦୨୩ ମସିହାରେ ପରିବାର ସହମତିରେ ବିବାହ କରିଥିଲେ।

ଘଟଣା ସ୍ଥଳରୁ ରକ୍ତଭିଜା ଡମ୍ବେଲ୍ ଜବତ କରାଯାଇଛି। ହତ୍ୟାକାଣ୍ଡ ପରେ ଅଙ୍କୁର ନିଜେ କାଜଲଙ୍କ ଭାଇଙ୍କୁ ଫୋନ୍ କରି “ମୁଁ ତାକୁ ମାରିଦେଇଛି, ଶବ ନେଇଯାଅ” ବୋଲି କହିଥିବା ସୂଚନା ମିଳିଛି। ପୋଲିସ ଅଭିଯୁକ୍ତ ଅଙ୍କୁର ବିରୋଧରେ ହତ୍ୟା ମାମଲା ରୁଜୁ କରି ତାଙ୍କୁ ଗିରଫ କରିଛି ଏବଂ ବର୍ତ୍ତମାନ ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

‘ଡିଜିଟାଲ୍ ନିଶା’ରେ ଭାରତୀୟ ଯୁବପିଢ଼ି: ଚିନ୍ତା ପ୍ରକଟ କଲେ ସରକାର

ନୂଆଦିଲ୍ଲୀ,୨୯।୧: ଦିନକୁ ଦିନ ଭାରତୀୟ ଯୁବପିଢ଼ିଙ୍କ ଡିଜିଟାଲ ନିଶା ବଢ଼ିବାରେ ଲାଗିଛି। ସଂସଦରେ ଉପସ୍ଥାପିତ ଅର୍ଥନୈତିକ ସର୍ଭେ ୨୦୨୫-୨୬ ରିପୋର୍ଟରେ ଏହି ଧାରାକୁ ‘ଉଦ୍‌ବେଗଜନକ’ ବୋଲି ଦର୍ଶାଯାଇଛି।…

UGC New Rules: General, SC, ST, OBCଙ୍କ ପାଇଁ ହେଉ ଅଲଗା ଅଲଗା ହଷ୍ଟେଲ, ଶୁଣୁ ଶୁଣୁ କାହିଁକି ରାଗିଗଲେ CJI, କହିଲେ…

ନୂଆଦିଲ୍ଲୀ,୨୯।୧: ନୂତନ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ନିୟମକୁ ଗୁରୁବାର (ଜାନୁଆରୀ ୨୯, ୨୦୨୬)ରେ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରିବା ସମୟରେ, ବିଭିନ୍ନ ଜାତି…

ଭାରତରେ ନୂଆ ମାଇଲଖୁଣ୍ଟ ଅତିକ୍ରମ କଲା ଡିଜିଟାଲ୍ ବିପ୍ଳବ: ୬୧% ବ୍ୟବହାରକାରୀ ଦେଖୁଛନ୍ତି ସର୍ଟ-ଭିଡିଓ

ନୂଆଦିଲ୍ଲୀ,୨୯।୧: ଭାରତରେ ଡିଜିଟାଲ୍ ବିପ୍ଳବ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛି। ‘ଇଣ୍ଟରନେଟ୍ ଆଣ୍ଡ ମୋବାଇଲ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ (IAMAI) ରିପୋର୍ଟ ଅନୁଯାୟୀ, ୨୦୨୫ ସୁଦ୍ଧା…

୨୧୧ ଯାତ୍ରୀକୁ ନେଇ ଯାଉଥିବା ଇଣ୍ଡିଗୋ ବିମାନରେ ଧକ୍କା ହେଲା ପକ୍ଷୀ, ଆଉ ତା’ପରେ…

ନୂଆଦିଲ୍ଲୀ,୨୯।୧: ଗୋଆରୁ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (ଶମଶାବାଦ) ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୁଧବାର ପକ୍ଷୀ ଧକ୍କା ହୋଇଥିଲା। ବିମାନ ଭିତରେ ୨୧୧ ଜଣ ଯାତ୍ରୀ…

କାହିଁକି ଇସ୍ରାଏଲ ଯାଉଛନ୍ତି ମୋଦି? ପାକିସ୍ତାନ ସହ ହଜିବ ହମାସର ନିଦ

ନୂଆଦିଲ୍ଲୀ/ଇସଲାମାବାଦ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ରାଏଲ ଗସ୍ତ ସମ୍ପର୍କରେ ପୁଣି ଥରେ ଆଲୋଚନା ଜୋର ଧରିଛି। ରିପୋର୍ଟ ଅନୁଯାୟୀ ଏହି ଗସ୍ତ ୨୭-୨୮ ଫେବୃଆରୀ, ୨୦୨୬ ରେ…

ବ୍ଲାକ ବକ୍ସ ଉଦ୍ଧାର! ବାରାମତୀ ବିମାନ ଦୁର୍ଘଟଣାକୁ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଦେଲା ବଡ଼ ଅପଡେଟ

ମୁମ୍ବାଇ,୨୯।୧: ବାରାମତୀ ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ମୃତ୍ୟୁରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri