Posted inଜାତୀୟ

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ ସ୍ୱାମୀ ଡମ୍ବେଲ୍‌ରେ ପିଟି ପିଟି ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା କାଜଲ ମଙ୍ଗଳବାର ପ୍ରାଣ ହରାଇଛନ୍ତି।

ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି ବିବାହର ମାତ୍ର ୧୫ ଦିନ ପରେ ସ୍ୱାମୀ ଅଙ୍କୁର ଏବଂ ତାଙ୍କ ପରିବାର କାର୍‌ ଓ ନଗଦ ଟଙ୍କା ଦାବି କରି କାଜଲଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ।

ଜାନୁଆରୀ ୨୨ ତାରିଖ ରାତି ପ୍ରାୟ ୧୦ଟା ବେଳେ ଏକ ଘରୋଇ କଳିରୁ ଉତ୍ତ୍ୟକ୍ତ ହୋଇ ଅଙ୍କୁର କାଜଲଙ୍କ ମୁଣ୍ଡକୁ ଏକ ଡମ୍ବେଲ୍‌ରେ ଆକ୍ରମଣ କରିବା ସହ କବାଟରେ ପିଟି ଦେଇଥିଲେ। ଫଳରେ ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା। କାଜଲ ଚାରି ମାସର ଗର୍ଭବତୀ ଥିଲେ। ତାଙ୍କ ମୃତ୍ୟୁ ସହ ଗର୍ଭସ୍ଥ ଶିଶୁର ମଧ୍ୟ ମୃତ୍ୟୁ ଘଟିଛି। “ଅଙ୍କୁର ଗୋଟିଏ ନୁହେଁ, ଦୁଇଟି ହତ୍ୟା କରିଛି,” ବୋଲି ଶୋକାକୁଳ ପରିବାର କହିଛନ୍ତି।

କାଜଲ ୨୦୨୩ ମସିହାରେ ଦିଲ୍ଲୀ ପୋଲିସର SWAT ଟିମ୍‌ରେ କମାଣ୍ଡୋ ଭାବେ ନିଯୁକ୍ତି ପାଇଥିଲେ। ଅଭିଯୁକ୍ତ ସ୍ୱାମୀ ଅଙ୍କୁର ଦିଲ୍ଲୀର ପ୍ରତିରକ୍ଷା ମନ୍ତ୍ରଣାଳୟରେ ଜଣେ କିରାଣୀ ଭାବେ କାର୍ଯ୍ୟରତ। ଦୁହେଁ ୨୦୨୩ ମସିହାରେ ପରିବାର ସହମତିରେ ବିବାହ କରିଥିଲେ।

ଘଟଣା ସ୍ଥଳରୁ ରକ୍ତଭିଜା ଡମ୍ବେଲ୍ ଜବତ କରାଯାଇଛି। ହତ୍ୟାକାଣ୍ଡ ପରେ ଅଙ୍କୁର ନିଜେ କାଜଲଙ୍କ ଭାଇଙ୍କୁ ଫୋନ୍ କରି “ମୁଁ ତାକୁ ମାରିଦେଇଛି, ଶବ ନେଇଯାଅ” ବୋଲି କହିଥିବା ସୂଚନା ମିଳିଛି। ପୋଲିସ ଅଭିଯୁକ୍ତ ଅଙ୍କୁର ବିରୋଧରେ ହତ୍ୟା ମାମଲା ରୁଜୁ କରି ତାଙ୍କୁ ଗିରଫ କରିଛି ଏବଂ ବର୍ତ୍ତମାନ ସେ ବିଚାର ବିଭାଗୀୟ ହାଜତରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧୬ା୩(ପି.ଟି.): ଆରାବଳୀ ପର୍ବତମାଳାର ସାର୍ବଜନିକ ସଂଜ୍ଞା ନିର୍ଦ୍ଧାରଣ ପାଇଁ ୧୦ ଜଣିଆ ଉଚ୍ଚ କ୍ଷମତାସମ୍ପନ୍ନ ବିଶେଷଜ୍ଞ କମିଟି ଗଠନ ନିମନ୍ତେ କେନ୍ଦ୍ରୀୟ କ୍ଷମତାପ୍ରାପ୍ତ କମିଟି ଦେଇଥିବା ପ୍ରସ୍ତାବ ଉପରେ…

ଲୁଚାଇବା ଅନାବଶ୍ୟକ

ସୁପ୍ରିମକୋର୍ଟ ୧୩ ମାର୍ଚ୍ଚ ୨୦୨୬ରେ ମହିଳାଙ୍କ ଋତୁସ୍ରାବକାଳୀନ ଛୁଟି ସଂକ୍ରାନ୍ତ ଆବେଦନକୁ ଖାରଜ କରିଦେବା ସହ ଦେଇଥିବା ମତକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାଲିଛି। ସର୍ବୋଚ୍ଚ ଅଦାଲତ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ…

ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ

ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ,…

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri