ସ୍ତ୍ରୀଙ୍କୁ ଭାଉଜ, ଝିଅକୁ ଝିଆରୀ କହୁଥିଲେ ପ୍ରେମିକ: ଧାରଣା ଦେଲେ ଗର୍ଭବତୀ ପ୍ରେମିକା

ପାପଡ଼ାହାଣ୍ଡି,୧୮ା୫(ଡି.ଏନ୍‌.ଏ.): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ। ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଛନ୍ତି ପ୍ରେମିକ ଜଣକ। ସେପଟେ ଗର୍ଭବତୀ ଯୁବତୀଙ୍କୁ ଘରେ ପୂରାଉ ନ ଥିବାରୁ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଘାଟଗୁଡ଼ା ପଞ୍ଚାୟତ ଛତ୍ରବର ଗାଁରେ ଏଭଳି ଘଟଣା ଘଟିଛି। ଦୀର୍ଘ ୧୫ ଦିନ ହେଲା ନ୍ୟାୟ ପାଇଁ ପ୍ରେମିକା ବାରଦ୍ୱାର ବୁଲୁଥିବା ବେଳେ ଏବେ ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି।

ସୂଚନାନୁଯାୟୀ, ପାପଡ଼ାହାଣ୍ଡି ଥାନା ଘାଟଗୁଡ଼ା ପଞ୍ଚାୟତ ଛତ୍ରଭର ଗାଁର ଲାଇଜର ଖରା ନାମକ ଜଣେ ବିବାହିତ ବ୍ୟକ୍ତି ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଖାତିଗୁଡ଼ା ଗାଁର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ଲାଇଜର ବିବାହିତ ହୋଇଥିଲେ ମଧ୍ୟ ନିଜ ସ୍ତ୍ରୀକୁ ଭାଉଜ ଏବଂ ଝିଅକୁ ଝିଆରୀ ବୋଲି ମିଛ କହି ଯୁବତୀଙ୍କୁ ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ତେବେ ଯୁବତୀ ଜଣଙ୍କ ବିବାହ କରିବାକୁ ଜିଦ୍‌ କରିବାରୁ ଲାଇଜର ପାପଡ଼ାହାଣ୍ଡି ଗାଁରେ ଏକ ମାସ ଓ ପରେ ଉମରକୋଟସ୍ଥିତ ଡଙ୍ଗରିସାହିରେ ଥିବା ତାଙ୍କ ଭଉଣୀ ଘରେ ୨ ବର୍ଷ ରଖିଥିଲେ। ଏହାପରେ ଡାବୁଗାଁର ସୁଧାର ଗୃହରେ ଏକ ମାସ ରଖିବା ପରେ ଏବେ ନିଜ ଘରକୁ ନେଇ ଆସିଥିଲେ। ହେଲେ ଲାଇଜରର ପରିବାର ଲୋକେ ଯୁବତୀଙ୍କୁ ଘରେ ପୂରାଇ ଦେଇ ନ ଥିଲେ। ତାଙ୍କର ସମସ୍ତ ଲୁଗାପଟା ବାହାରେ ଫିଙ୍ଗି ଦେଇଥିଲେ। ଫଳରେ ଗର୍ଭବତୀ ଯୁବତୀ ଲାଇଜରଙ୍କ ଘର ଆଗରେ ଧାରଣା ଦେଇଛନ୍ତି। ସେପଟେ ଲାଇଜର ଘର ଛାଡ଼ି ଫେରାର୍‌ ହୋଇଯାଇଛନ୍ତି।

ତେବେ ଗତ ୧୫ ଦିନ ହେବ ଯୁବତୀ ଜଣଙ୍କ ନ୍ୟାୟ ପାଇଁ ବାରଦ୍ୱାର ବୁଲୁଥିବା ଦେଖିବାକୁ ମିଳିଛି। ଖବର ପାଇ ମା’ ଘର ଅଧ୍ୟକ୍ଷା କାଦମ୍ବିନୀ ତ୍ରିପାଠୀ ଧାରଣାସ୍ଥଳରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିଛନ୍ତି। ଯୁବତୀ ଜଣକ ଆସନ୍ତାକାଲି ଥାନାର ଦ୍ୱାରସ୍ଥ ହୋଇ ଅଭିଯୋଗ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri