୧ କି.ମି. ବୁହାହେଲେ ଗର୍ଭବତୀ

ଖମାର,୨୩ା୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ସଇଡା ଗ୍ରାମ କେଲସାହିକୁ ଭଲ ରାସ୍ତା ନ ଥିବାରୁ ଶନିବାର ଜଣେ ଗର୍ଭବତୀଙ୍କୁ ଏକ କିଲୋମିଟର ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯିବା ଚର୍ଚ୍ଚାର ବିଷୟ ହୋଇଛି। ପ୍ରକାଶ ଯେ, କେଲସାହିର କନାଇ କେରାଇଙ୍କ ସ୍ତ୍ରୀ ସୁମନ୍ତୀ କେରାଇଙ୍କ ଅପରାହ୍ନରେ ପ୍ରସବ ଯନ୍ତ୍ରଣା ହୋଇଥିଲା। ଏ ନେଇ ସ୍ଥାନୀୟ ଆଶାକର୍ମୀଙ୍କ ସହ ୧୦୮ ଆମ୍ବୁଲାନ୍ସକୁ ଫୋନ କରାଯାଇଥିଲା। ତେବେ ଗଁା ଭିତରକୁ ଭଲ ରାସ୍ତା ନ ଥିବାରୁ ୧୦୮ ଆମ୍ବୁଲାନ୍ସ ଏକ କିଲୋମିଟର ଦୂରରେ ଅଟକି ରହିଥିଲା। ଫଳରେ ଆମ୍ବୁଲାନ୍ସ କର୍ମଚାରୀ ଓ ପରିବାର ଲୋକେ ଗର୍ଭବତୀଙ୍କୁ ଘରୁ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ପରେ ତାଙ୍କୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଜିଂରେ ମୁହାଁମୁହିଁ ହେବେ ଟ୍ରମ୍ପ-ଜିନପିଙ୍ଗ, ଯୁଦ୍ଧକୁ ନେଇ ହେବ ବଡ଼ ଘୋଷଣା!

ବେଜିଂ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ତାଙ୍କର ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ସୋସିଆଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ପାକିସ୍ତାନ ମାଟିରୁ ଟ୍ରମ୍ପଙ୍କୁ କଡ଼ା ବାର୍ତ୍ତା ଦେଲା ଇରାନ, କହିଲା ଆମେରିକା ସହ କୌଣସି…

ଇସଲାମବାଦ/ତେହରାନ,୨୫ା୩: ତେହରାନ ଏବଂ ଓ୍ବାଶିଂଟନ ମଧ୍ୟରେ ଯୁଦ୍ଧବିରତି ଆଲୋଚନା ଚାଲିଥିବା ଟ୍ରମ୍ପ ପ୍ରଶାସନର ଦାବିକୁ ପ୍ରତ୍ୟାଖ୍ୟାନ କରିଛି ଇରାନ। ପାକିସ୍ତାନରେ ଇରାନୀ ରାଷ୍ଟ୍ରଦୂତ ରେଜା ଆମରି ମୋଗାଦମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri