୧ କି.ମି. ବୁହାହେଲେ ଗର୍ଭବତୀ

ଖମାର,୨୩ା୧(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ସଇଡା ଗ୍ରାମ କେଲସାହିକୁ ଭଲ ରାସ୍ତା ନ ଥିବାରୁ ଶନିବାର ଜଣେ ଗର୍ଭବତୀଙ୍କୁ ଏକ କିଲୋମିଟର ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯିବା ଚର୍ଚ୍ଚାର ବିଷୟ ହୋଇଛି। ପ୍ରକାଶ ଯେ, କେଲସାହିର କନାଇ କେରାଇଙ୍କ ସ୍ତ୍ରୀ ସୁମନ୍ତୀ କେରାଇଙ୍କ ଅପରାହ୍ନରେ ପ୍ରସବ ଯନ୍ତ୍ରଣା ହୋଇଥିଲା। ଏ ନେଇ ସ୍ଥାନୀୟ ଆଶାକର୍ମୀଙ୍କ ସହ ୧୦୮ ଆମ୍ବୁଲାନ୍ସକୁ ଫୋନ କରାଯାଇଥିଲା। ତେବେ ଗଁା ଭିତରକୁ ଭଲ ରାସ୍ତା ନ ଥିବାରୁ ୧୦୮ ଆମ୍ବୁଲାନ୍ସ ଏକ କିଲୋମିଟର ଦୂରରେ ଅଟକି ରହିଥିଲା। ଫଳରେ ଆମ୍ବୁଲାନ୍ସ କର୍ମଚାରୀ ଓ ପରିବାର ଲୋକେ ଗର୍ଭବତୀଙ୍କୁ ଘରୁ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ। ପରେ ତାଙ୍କୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri