Posted inଜାତୀୟ

୫କି.ମି. ଯାଏ ବାଉଁଶ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

ଶିଲଂ,୬।୯: ଜନସାଧରଣଙ୍କୁ ସମସ୍ତ ସୁବିଧା ସହ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଏହାର ଜ୍ୱଳନ୍ତ ଉଦାହରଣ ଅନେକ ଥର ଦେଖିବାକୁ ମିଳିଛି। ଆଜିବି ଅନେକ ରାଜ୍ୟରେ ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। କିଛି ଏଭଳି ହୃଦୟବିଦାରକ ଦୃଶ୍ୟ ମେଘାଳୟରୁ ଆସିଛି। ମେଘାଳୟର ରି-ଭୋଇ ଜିଲାରେ କୌଣସି ଆମ୍ବୁଲାନ୍ସ କିମ୍ବା ଅନ୍ୟ କୌଣସି ଯାନବାହନ ନ ମିଳିବାରୁ ସୋମବାର ଜଣେ ଗର୍ଭବତୀ ମହିଳାଙ୍କୁ ଜଲିଲାମ ଗାଁର ସ୍ବେଚ୍ଛାସେବୀମାନେ ୫କିଲୋମିଟର ଯାଏ ବାଉଁଶ ଷ୍ଟ୍ରେଚରରେ ବୋହି ହସ୍ପିଟାଲକୁ ନେଇଥିଲେ। ମହିଳା ଜଣକ ହସ୍ପିଟାଲରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିବା ବେଳେ ଏବେ ମା’ ଛୁଆ ସୁସ୍ଥ ଥିବା ନେଇ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଏହି ଯାତ୍ରା ସମୟରେ ଗର୍ଭବତୀଙ୍କର ଉଚ୍ଚ ରକ୍ତଚାପ ବୃଦ୍ଧି ପାଇଥିବା ବେଳେ ପ୍ରସବ ପୀଡ଼ା ସହ ସେ ସଂଘର୍ଷ କରିଥିଲେ। କିନ୍ତୁ ସୌଭାଗ୍ୟବଶତଃ ସେ ଠିକ୍‌ ସମୟରେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଯାଇଥିଲେ। ଏହାପରେ ତାଙ୍କର ଚିକିତ୍ସା ହୋଇଥିଲା। ଅନ୍ୟପଟେ ଗର୍ଭବତୀ ମହିଳାଙ୍କୁ ଅସ୍ଥାୟୀ ଷ୍ଟ୍ରେଚରରେ ନିଆଯିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ଦେଖି ଲୋକମାନେ ପ୍ରଶାସନକୁ କଡ଼ା ସମାଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri