ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ, ରାସ୍ତା ନ ଥିବାରୁ ଗଲାନି ଆମ୍ବୁଲାନ୍ସ

ଫୁଲବାଣୀ ଅଫିସ, ୨୪।୨: କନ୍ଧମାଳ ଜିଲାରେ ରାସ୍ତା ସମସ୍ୟା ସୁଧୁରୁନାହିଁ। ଲୋକେ ଯେତେ ଅଭିଯୋଗ କରୁଥିଲେ ମଧ୍ୟ ପ୍ରଶାସନିକ ଅଧିକାରୀ କି ରାଜନେତା କେହି ଶୁଣୁନାହାନ୍ତି। ଯାହାଫଳରେ ଅନେକ ଗ୍ରାମକୁ ଆମ୍ବୁଲାନ୍ସ ଯାଇପାରୁ ନାହିଁ। ବୁଧବାର ପୁଣି ଏଭଳି ଘଟଣା ଜିଲାର ତୁମୁଡିବନ୍ଧ ବ୍ଲକରେ ଦେଖିବାକୁ ମିଳିଛି। ଗୁମୁଡୁମାହାର ଲହାଡି ଗାଁରେ ଜଣେ ଆସନ୍ନ ପ୍ରସବାଙ୍କୁ ଆଣିବା ପାଇଁ ଆମ୍ବୁଲାନ୍ସ ଯାଇଥିଲେ ମଧ୍ୟ ରାସ୍ତା ଖରାପ ଯୋଗୁ ଗାଁରେ ପହଞ୍ଚିଲାନି। ଆମ୍ବୁଲାନ୍ସ କର୍ମଚାରୀମାନେ ଷ୍ଟ୍ରେଚର ଧରି ୩ କି.ମି. ଚାଲି ଗ୍ରାମକୁ ଯାଇଥିଲେ। ସେଠାରୁ ଆସନ୍ନ ପ୍ରସବା ଅଞ୍ଜନା ପ୍ରଧାନଙ୍କୁ ଷ୍ଟ୍ରେଚରରେ ଧରି ଗ୍ରାମବାସୀଙ୍କ ସହାୟତାରେ ଆମ୍ବୁଲାନ୍ସ ନିକଟକୁ ଆସିଥିଲେ। ସେଠାରୁ ତାଙ୍କୁ ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ତାଙ୍କ ଅବସ୍ଥା ବର୍ତ୍ତମାନ ଭଲ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri