ଷ୍ଟ୍ରେଚରରେ ୧ କି.ମି. ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୪।୨:ଥମୁନି ଜନନୀ ଯନ୍ତ୍ରଣା। ପୁଣି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ। ଏଭଳି ଘଟଣା ସୋମବାର କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିନବର ପଞ୍ଚାୟତର ତୋଟାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ଗାଁକୁ ରାସ୍ତା ନ ଥିବାରୁ ପ୍ରାୟ ୧କି.ମି. ଦୂରରେ ଆମ୍ବୁଲାନ୍ସ ଅଟକିଥିଲା। ସେପର୍ଯ୍ୟନ୍ତ ଗର୍ଭବତୀଙ୍କୁ ବୋହି ନିଆଯାଇଥିଲା।
ସୂଚନାନୁଯାୟୀ, ସୋମବାର ସକାଳେ ଗାଁର କୁମୁଳୁ ପାଙ୍ଗୀଙ୍କ ସ୍ତ୍ରୀ ଟିକମଙ୍କ ଗର୍ଭଯନ୍ତ୍ରଣା ଆରମ୍ଭ ହୋଇଥିଲା। ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଖବର ପାଇ ଆମ୍ବୁଲାନ୍ସ ଗାଁ ଅଭିମୁଖେ ଯାଇଥିଲା। କିନ୍ତୁ ଗାଁକୁ ରାସ୍ତା ନ ଥିବାରୁ ୧ କିମି ଦୂରରେ ଗାଡ଼ି ରଖି ଡ୍ରାଇଭର କିରଣ କୁମାର ଚୌଧୁରୀ, ଇଏମ୍‌ଟି କମଲ ରାଜୁ ଖରା ଓ ସହାୟକ କୈଳାସ ଚନ୍ଦ୍ର ଦାଶ ଷ୍ଟ୍ରେଚର ନେଇ ଗାଁରେ ପହଞ୍ଚତ୍ଥିଲେ। ପରିବାର ଲୋକଙ୍କ ସହଯୋଗରେ ଟିକମଙ୍କୁ ଷ୍ଟ୍ରେଚରରେ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯାଇଥିଲା। ପରେ ତାଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଥିଲା। ସେଠାରେ ଟିକମ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଉଭୟ ଏବେ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ଟିକମଙ୍କୁ ପ୍ରସବ ପୂର୍ବରୁ ସହାୟତା କେନ୍ଦ୍ରରେ ରଖିବା ବ୍ୟବସ୍ଥା କରାଯାଇଥିଲା। ତାଙ୍କ ପ୍ରସବ ତାରିଖ ୧୦ ମାର୍ଚ୍ଚ ଥିଲା। ମାସକ ପୂର୍ବରୁ ଟିକମଙ୍କୁ ପ୍ରସବ ବେଦନା ହେବାରୁ ଏଭଳି ପରିସ୍ଥିତି ହୋଇଛି ବୋଲି ମା’ ଗୃହ ପକ୍ଷରୁ କୁହାଯାଇଛି। ନନ୍ଦପୁର ବ୍ଲକ ଅଞ୍ଚଳରେ ବାରମ୍ବାର ଏଭଳି ରୋଗୀ ଓ ଗର୍ଭବତୀ ବୁହାହେବା ଘଟଣା ସାଧାରଣରେ ଆଲୋଚନାର ବିଷୟ ହୋଇଥିବା ବେଳେ ବ୍ଲକ ଓ ଜିଲା ପ୍ରଶାସନ ରାସ୍ତାଘାଟ ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ଅନୁରୋଧ କରିଛନ୍ତି। ନନ୍ଦପୁର ବିଡିଓ ସୁଜିତ ମିଶ୍ର ୨୩ ପଞ୍ଚାୟତର ରାସ୍ତା ନିର୍ମାଣ ପ୍ରତି ପ୍ରାଥମିକତା ଦିଆଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri