ଷ୍ଟ୍ରେଚରରେ ୧ କି.ମି. ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୪।୨:ଥମୁନି ଜନନୀ ଯନ୍ତ୍ରଣା। ପୁଣି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ। ଏଭଳି ଘଟଣା ସୋମବାର କୋରାପୁଟ ଜିଲା ନନ୍ଦପୁର ବ୍ଲକ ଖିନବର ପଞ୍ଚାୟତର ତୋଟାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ଗାଁକୁ ରାସ୍ତା ନ ଥିବାରୁ ପ୍ରାୟ ୧କି.ମି. ଦୂରରେ ଆମ୍ବୁଲାନ୍ସ ଅଟକିଥିଲା। ସେପର୍ଯ୍ୟନ୍ତ ଗର୍ଭବତୀଙ୍କୁ ବୋହି ନିଆଯାଇଥିଲା।
ସୂଚନାନୁଯାୟୀ, ସୋମବାର ସକାଳେ ଗାଁର କୁମୁଳୁ ପାଙ୍ଗୀଙ୍କ ସ୍ତ୍ରୀ ଟିକମଙ୍କ ଗର୍ଭଯନ୍ତ୍ରଣା ଆରମ୍ଭ ହୋଇଥିଲା। ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଖବର ପାଇ ଆମ୍ବୁଲାନ୍ସ ଗାଁ ଅଭିମୁଖେ ଯାଇଥିଲା। କିନ୍ତୁ ଗାଁକୁ ରାସ୍ତା ନ ଥିବାରୁ ୧ କିମି ଦୂରରେ ଗାଡ଼ି ରଖି ଡ୍ରାଇଭର କିରଣ କୁମାର ଚୌଧୁରୀ, ଇଏମ୍‌ଟି କମଲ ରାଜୁ ଖରା ଓ ସହାୟକ କୈଳାସ ଚନ୍ଦ୍ର ଦାଶ ଷ୍ଟ୍ରେଚର ନେଇ ଗାଁରେ ପହଞ୍ଚତ୍ଥିଲେ। ପରିବାର ଲୋକଙ୍କ ସହଯୋଗରେ ଟିକମଙ୍କୁ ଷ୍ଟ୍ରେଚରରେ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯାଇଥିଲା। ପରେ ତାଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରଯାଇଥିଲା। ସେଠାରେ ଟିକମ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ଉଭୟ ଏବେ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ଟିକମଙ୍କୁ ପ୍ରସବ ପୂର୍ବରୁ ସହାୟତା କେନ୍ଦ୍ରରେ ରଖିବା ବ୍ୟବସ୍ଥା କରାଯାଇଥିଲା। ତାଙ୍କ ପ୍ରସବ ତାରିଖ ୧୦ ମାର୍ଚ୍ଚ ଥିଲା। ମାସକ ପୂର୍ବରୁ ଟିକମଙ୍କୁ ପ୍ରସବ ବେଦନା ହେବାରୁ ଏଭଳି ପରିସ୍ଥିତି ହୋଇଛି ବୋଲି ମା’ ଗୃହ ପକ୍ଷରୁ କୁହାଯାଇଛି। ନନ୍ଦପୁର ବ୍ଲକ ଅଞ୍ଚଳରେ ବାରମ୍ବାର ଏଭଳି ରୋଗୀ ଓ ଗର୍ଭବତୀ ବୁହାହେବା ଘଟଣା ସାଧାରଣରେ ଆଲୋଚନାର ବିଷୟ ହୋଇଥିବା ବେଳେ ବ୍ଲକ ଓ ଜିଲା ପ୍ରଶାସନ ରାସ୍ତାଘାଟ ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ଅନୁରୋଧ କରିଛନ୍ତି। ନନ୍ଦପୁର ବିଡିଓ ସୁଜିତ ମିଶ୍ର ୨୩ ପଞ୍ଚାୟତର ରାସ୍ତା ନିର୍ମାଣ ପ୍ରତି ପ୍ରାଥମିକତା ଦିଆଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?