ନଦୀ ପାର ହେଲେ ଗର୍ଭବତୀ, ମହାନତା ଦେଖାଇଲେ ଗ୍ରାମବାସୀ

ମାଲକାନଗିରି,୨୪ା୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଲଙ୍କାଗାଁରେ ଜଣେ ଗର୍ଭବତୀଙ୍କୁ ନଦୀ ପାର କରି ଗ୍ରାମବାସୀ ମହାନତା ଦେଖାଇଛନ୍ତି॥ ମାଓବାଦୀ ପ୍ରବଣ ଲଙ୍କାପଲ୍ଲୀ ଗାଁରେ ନା ଅଛି ମେଡିକାଲ ସୁବିଧା ନା ଅଛି ରାସ୍ତା। ମାଓବାଦୀଙ୍କ ଭୟରେ ସେହି ଅଞ୍ଚଳରେ ବିକାଶର ଚିତ୍ର ଏକପ୍ରକାର ଅପହଞ୍ଚ ହୋଇ ରହିଛି। ବୋଝ ଉପରେ ନଳିତବିଡ଼ା ସଦୃଶ ଏବେ ବନ୍ୟା ଦାଉ ସାଧିଛି। ତେବେ ଗର୍ଭବତୀ ଜଣଙ୍କ ୪ ଦିନ ଯନ୍ତ୍ରଣାରେ ଛଟପଟହେଉଥିବା ବେଳେ ଏହାକୁ ଗାଁ ଲୋକେ ଦେଖି ନଦୀର ପ୍ରଖର ବନ୍ୟାଜଳ ସ୍ରୋତ ସତ୍ତ୍ୱେ ମାନବ ଶୃଙ୍ଖଳା କରି ପ୍ରସବ ମହିଳାଙ୍କୁ ପାର କରିଥିଲେ। ଗାଁ ଲୋକେ ନିଜ ହାତକୁ ବନେଇ ଦେଇଥିଲେ ଷ୍ଟ୍ରେଚର। ତେବେ ମହିଳା ଜଣଙ୍କୁ ୯କିମି ଆଣିବା ପରେ ନିକଟସ୍ଥ ଚିଲମିଡ଼ି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ମହିଳାଙ୍କ ଅବସ୍ଥା ଅଧିକ ଗୁରୁତର ହୋଇଥିବାରୁ ତାଙ୍କୁ ବିଜାପୁର ମେଡିକାଲଙ୍କୁ ସ୍ଥାନାନ୍ତର କରାଯାଇଥିଲା। ତେବେ ସେଠାରେ ନବଜାତ ଶିଶୁକୁ ବଞ୍ଚେଇ ପାରି ନ ଥିଲେ ଡାକ୍ତର। ଡାକ୍ତରଙ୍କ କହିବା କଥା ମା’ ଗର୍ଭରୁ ଶିଶୁଟିର ମୃତ୍ୟୁ ହୋଇସାରିଥିଲା। ତେବେ ଏଭଳି ଖବର ପାଇବା ପରେ ଗାଁ ଲୋକେ ନିରାଶ ହୋଇ ଯାଇଥିଲେ। ପ୍ରଥମ ସନ୍ତାନକୁ ଗାଁ ଲୋକ ଆପ୍ରାଣ ଚେଷ୍ଟା କରିଥିଲେ ମଧ୍ୟ ବଞ୍ଚାଇ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ୩ ଜଣଙ୍କ ଗଲା ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri