ଗର୍ଭବତୀ ସ୍ତ୍ରୀଙ୍କୁ କରୋନା ହେବାରୁ ସ୍ବାମୀ କଲେ ଏପରି…

ଲକ୍ଷ୍ନୌ, ୨୦।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏପରିସ୍ଥଳେ ଲୋକଙ୍କ ମନରେ ମଧ୍ୟ ବଡ଼ ଧରଣର ପରିବର୍ତ୍ତନ ଆସିଛି। ଏହା କରୋନା ସଂକ୍ରମଣ ପ୍ରତି ଭୟ ଯୋଗୁ ସୃଷ୍ଟି ହେଉଥିବା କୁହାଯାଉଛି। ଏହାର ସଦ୍ୟତମ ଉଦାହରଣ ଉତ୍ତରପ୍ରଦେଶରରେ ଘଟିଛି। ଏଠାରେ ଜଣେ କରୋନା ସଂକ୍ରମିତ ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଚିହ୍ନି ନ ଥିବା କହିଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେବା ସହିତ ସୋସିଆଲ୍‌ ମିଡ଼ିଆରେ ମଧ୍ୟ ଏହା ଭାଇରାଲ ହେବାରେ ଲାଗିଛି। ସ୍ତ୍ରୀଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ରାମମନୋହର ଲୋହିଆ ହସ୍ପିଟାଲରେ ଜୁଲାଇ ୪ରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ସ୍ବାମୀ ହସ୍ପିଟାଲରୁ ଲୁଚି ପଳାଇ ଯାଇଥିଲେ। ପରେ ହସ୍ପିଟାଲ ପକ୍ଷରୁ ଫୋନ୍‌ ନମ୍ବରରେ କଲ୍‌ କରାଯିବାରୁ ସ୍ବାମୀ ଗର୍ଭବତୀଙ୍କୁ ଚିହ୍ନି ନ ଥିବା କହିଥିଲେ। ଗର୍ଭବତୀଙ୍କ ନବଜାତ ଶିଶୁର ଡେଲିଭରୀ ସମୟରେ ହିଁ ମୃତ୍ୟୁ ଘଟିଥିଲା। ଗର୍ଭବତୀ ୮ ଦିନ ହସ୍ପିଟାଲରେ ରହି କରୋନା ସହିତ ଲଢ଼େଇରେ ବିଜୟୀ ହୋଇ ବାପଘରକୁ ଚାଲିଯାଇଥିବା କୁହାଯାଉଛି। ଇନ୍ଦିରା ନଗରରେ ବାସ କରୁଥିବା ୨୪ ବର୍ଷ ବୟସ୍କା ଏହି ମହିଳାଙ୍କ ନାମ ହିନା। ସେ ୨୦୧୯ରେ ଚାନ୍ଦନ ଗାଁ ନିବାସୀ ଫକରୁଲ୍‌ଙ୍କୁ ବିବାହ କହିଥିଲେ। ଏବେ ସେ କୋର୍ଟର ଆଶ୍ରୟ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri