ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା ପାଇଁ ୧୦୮କୁ ଫୋନ କରିଥିଲେ। ତୁରନ୍ତ ତାଙ୍କୁ ପାଇଁ ନିକଟସ୍ଥ ଯୋଗୀମୁଣ୍ଡା ସବସେଣ୍ଟରରୁ ୧୦୮ ଆମ୍ବୁଲାନ୍ସ ପଠାଯାଇଥିଲା। କିନ୍ତୁ ରାସ୍ତା ନ ଥିବାରୁ ଜାନିପଡାଠାରେ ଆମ୍ବୁଲାନ୍ସ ଆଗକୁ ଯାଇପାରି ନ ଥିଲା। ଲୋକଙ୍କଠାରୁ ଖବର ପାଇ ଗର୍ଭବତୀ ମହିଳାଙ୍କୁ ଆଣିବା ପାଇଁ ଷ୍ଟ୍ରେଚରରେ ପୂର୍ବାହ୍ନ୧୦.୨୬ମିନିଟ ନେଇ ଆମ୍ବୁଲାନ୍ସ କର୍ମଚାରୀ ଇ.ଏମ.ଟି ଜିତେନ୍ଦ୍ର ହାତୀ, ହେଲପର୍‌ ଯଜାତି ମହାପାତ୍ର ଏବଂ ଡ୍ରାଇଭର ସୁବାସ ପୁଟେଲ ରୋହିତଙ୍କ ଘର ପର୍ଯ୍ୟନ୍ତ ପହଞ୍ଚିଥିଲେ। ତା’ପରେ ଗର୍ଭବତୀ ମହିଳା ସୀମାଙ୍କୁ ଷ୍ଟ୍ରେଚର ଯୋଗେ ପ୍ରାୟ ୩ କିଲୋମିଟର ବୋହିଆଣି, ୧୦୮ ଆମ୍ବୁଲାନ୍ସ ଦ୍ବାରା ମଧ୍ୟାହ୍ନ ୧୨:୧୦ ମିନିଟ ସମୟରେ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ। ଗ୍ରୀଷ୍ମ ପ୍ରବାହ ଯୋଗୁ ପ୍ରବଳ ଖରାକୁ ଖାତିର ନ କରି ନିଜର କର୍ତ୍ତବ୍ୟକୁ ପ୍ରାଧାନ୍ୟ ଦେଇଥିବାରୁ, ଆମ୍ବୁଲାନ୍ସ କର୍ମଚାରୀମାନଙ୍କୁ ସ୍ଥାନୀୟ ଲୋକଙ୍କ ପ୍ରଶଂସା କରୁଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri