ଗର୍ଭବତୀ ମହିଳା, ଶିଶୁଙ୍କୁ ମିଳୁଛି ପୋକରା ଛତୁଆ

ବେଗୁନିଆପଡ଼ା,୨୨ା୨(ଡି.ଏନ୍‌.ଏ.): ସରକାରଙ୍କ ପକ୍ଷରୁ ଛୋଟ ଶିଶୁ ତଥା ଗର୍ଭବତୀଙ୍କୁ ପୋଷଣ ଯୋଗାଇବାକୁ ମାଗଣାରେ ଛତୁଆ, ବାଦାମ ଲଡୁ ବଣ୍ଟା ହେଉଛି। ହେଲେ ସେହି ପୁଷ୍ଟିକର ଖାଦ୍ୟ ସରକାରୀ ଅଧିକାରୀ ଖାଇବାକୁ ମୁହଁ ଫେରାଇ ଦେବେ। କାରଣ ଛତୁଆରେ ଫିମ୍ପି ଲାଗି ଯାଇଥିବା ବେଳେ ଲଡୁରୁ ଦୁର୍ଗନ୍ଧ ବାହାରୁଛି। ଯାହାକୁ ଦେଖି ସରକାରୀ ଅଧିକାରୀ ମୁହଁ ବୁଲାଇ ଦେଉଛନ୍ତି , ତାକୁ ଛୋଟ ଛୋଟ ଶିଶୁ ଓ ଗର୍ଭବତୀ ଖାଇବେ କିପରି? ଏମିତି ଏବେ ଚର୍ଚ୍ଚା ଆଲୋଚନା ବେଗୁନିଆପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଚର୍ଚ୍ଚା ଚାଲିଛି। ଏଭଳି ଅବ୍ୟବସ୍ଥାକୁ ନେଇ ବେଗୁନିଆପଡ଼ା ବ୍ଲକ ସମିତି ସମ୍ମିଳନୀରେ ପ୍ରଶ୍ନ କରିଛନ୍ତି ବେଗୁନିଆପଡ଼ା ସମିତି ସଭ୍ୟା। ସୋମବାର ବେଗୁନିଆପଡ଼ା ବ୍ଲକର ସମିତି ସମ୍ମିଳନୀରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ବେଳେ ଛତୁଆ ଏକ ମୁଖ୍ୟ ପ୍ରସଙ୍ଗ ପାଲଟି ଥିଲା। ଏଥିରେ ଦୁର୍ନୀତି ହେଉଥିବା ନେଇ ଅଭିଯୋଗ ହୋଇଥିଲା ଏନେଇ ତଦନ୍ତ କରାଯିବ ବୋଲି ମଧ୍ୟ ସୂଚନା ମିଳିଛି। ଉକ୍ତ ବୈଠକରେ କବିସୂର୍ଯ୍ୟନଗର ବିଧାୟିକାଙ୍କ ସମେତ ବିଡିଓ, ସିଡିପିଓ ଏବଂ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ଏହି ବୈଠକରେ ବେଗୁନିଆପଡ଼ା ପଞ୍ଚାୟତର ସମିତି ସଭ୍ୟା ନିମ୍ନମାନର ଛତୁଆ ଓ ଲଡୁ ପିଲା ତଥା ଗର୍ଭବତୀଙ୍କ ଦିଆଯାଉଥିବା ନେଇ କ୍ଷୋଭ ପ୍ରକାଶ କରିଥିଲେ। ପୂର୍ବରୁ ଏନେଇ ବାରମ୍ବାର ଅଭିଯୋଗ ହୋଇଥିଲେ ମଧ୍ୟ ଏଦିଗରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା। ଏହାକୁ ନେଇ ଏବେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବେଗୁନିଆପଡ଼ା ବ୍ଲକକୁ ଖଲ୍ଲିକୋଟ ବ୍ଲକର ଏକ ସ୍ବୟଂ ସହାୟକ ଦଳ ଏହି ଛତୁଆ ଯୋଗଣ ଦାୟିତ୍ୱ ଦୀର୍ଘଦିନରୁ ଚଞ୍ଚକତା ପୂର୍ବକ ହାତେଇଥିବା ଜଣାଯାଇଛି। ପ୍ୟାକେଟରେ କୌଣସି ପ୍ୟାକିଂ ତାରିଖ ନ ରହିବା ସହ ନିମ୍ନମାନର ଖାଦ୍ୟ ପ୍ରସ୍ତୁତ ହୋଇଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଛି। ତେବେ ଏନେଇ ତଦନ୍ତ ହେବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଏହି ଘଟଣାକୁ ନେଇ କୌଣସି ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri