ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ଗଲା

ବଣାଇ,୪ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କୋଇଡ଼ା ଥାନା ଅନ୍ତର୍ଗତ ପୋଡାଡିହି ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ବାମୀଙ୍କ ଅମାନୁଷିକ କାଣ୍ଡ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l ସାମାନ୍ୟ ବଚସାକୁ କେନ୍ଦ୍ରକରି ସ୍ବାମୀ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ନେଇଛନ୍ତି।
ସୂଚନାଯୋଗ୍ୟ, ପାଟମୁଣ୍ଡା ପଞ୍ଚାୟତର ପୋଡ଼ାଡିହି ବସ୍ତିର ବୁଧୁ ମୁଣ୍ଡା(୩୦) ଏବଂ ସ୍ତ୍ରୀ ସମ୍ବାରୀ ନାଏକ (୩୫)ଙ୍କ ମଧ୍ୟରେ ପ୍ରେମ ବିବାହ ହୋଇଥିଲା। ଦୀର୍ଘଦିନ ଦିନର ସମ୍ପର୍କ ଯୋଗୁ ଦୁହିଁଙ୍କର ପୂର୍ବରୁ ତିନୋଟି ସନ୍ତାନ ମଧ୍ୟ ଅଛନ୍ତି l
ଗୁରୁବାର ଦୁହିଁଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା। ପରେ ଉତ୍ତ୍ୟକ୍ତ ବୁଧୁ ଟାଙ୍ଗିଆରେ ସମ୍ବାରୀଙ୍କୁ ଚୋଟ ପରେ ଚୋଟ ମାରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଖବର ପାଇ ଘଟଣାସ୍ଥଳରେ କୋଇଡ଼ା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ପହଞ୍ଚି ମୃତଦେହ ଜବତ କରିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି l
ଅଭିଯୁକ୍ତ ବୁଧୁ ମୁଣ୍ଡାଙ୍କୁ ପୋଲିସ ଅଟକ ରଖି ପଚାରାଉଚରା ଚଳାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri