ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ଗଲା

ବଣାଇ,୪ା୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କୋଇଡ଼ା ଥାନା ଅନ୍ତର୍ଗତ ପୋଡାଡିହି ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ବାମୀଙ୍କ ଅମାନୁଷିକ କାଣ୍ଡ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l ସାମାନ୍ୟ ବଚସାକୁ କେନ୍ଦ୍ରକରି ସ୍ବାମୀ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ନେଇଛନ୍ତି।
ସୂଚନାଯୋଗ୍ୟ, ପାଟମୁଣ୍ଡା ପଞ୍ଚାୟତର ପୋଡ଼ାଡିହି ବସ୍ତିର ବୁଧୁ ମୁଣ୍ଡା(୩୦) ଏବଂ ସ୍ତ୍ରୀ ସମ୍ବାରୀ ନାଏକ (୩୫)ଙ୍କ ମଧ୍ୟରେ ପ୍ରେମ ବିବାହ ହୋଇଥିଲା। ଦୀର୍ଘଦିନ ଦିନର ସମ୍ପର୍କ ଯୋଗୁ ଦୁହିଁଙ୍କର ପୂର୍ବରୁ ତିନୋଟି ସନ୍ତାନ ମଧ୍ୟ ଅଛନ୍ତି l
ଗୁରୁବାର ଦୁହିଁଙ୍କ ମଧ୍ୟରେ ସାମାନ୍ୟ ବଚସା ହୋଇଥିଲା। ପରେ ଉତ୍ତ୍ୟକ୍ତ ବୁଧୁ ଟାଙ୍ଗିଆରେ ସମ୍ବାରୀଙ୍କୁ ଚୋଟ ପରେ ଚୋଟ ମାରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଖବର ପାଇ ଘଟଣାସ୍ଥଳରେ କୋଇଡ଼ା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ପହଞ୍ଚି ମୃତଦେହ ଜବତ କରିବା ସହ ହତ୍ୟାରେ ବ୍ୟବହୃତ ଟାଙ୍ଗିଆ ଜବତ କରିଛି l
ଅଭିଯୁକ୍ତ ବୁଧୁ ମୁଣ୍ଡାଙ୍କୁ ପୋଲିସ ଅଟକ ରଖି ପଚାରାଉଚରା ଚଳାଇଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଇବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri