ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବ୍ୟବଚ୍ଛେଦ ବିଳମ୍ବକୁ ନେଇ ଅସନ୍ତୋଷ

ଦାରିଙ୍ଗବାଡି,୩।୬(ଅରୁଣ ସାହୁ):ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ମୃତଦେହ ବ୍ୟବଛେଦ କରାଇବାରେ ବିଳମ୍ବକୁ ନେଇ ଅସନ୍ତୋଷ ଦେଖାଯାଇଛି। ମୃତକଙ୍କ ପରିବାର ଲୋକ ଅସନ୍ତୋଷ ବ୍ୟକ୍ତ କରି ମୃତଦେହ ଧରି ସିଧା ଘରକୁ ପଳାଇଥିଲେ। ପୋଲିସ ଯେତେ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ପରିବାର ଲୋକ ମୃତଦେହକୁ ଧରି ଚାଲି ଚାଲି ନିଜ ଗାଁକୁ ନେଇଯାଇଥିଲେ। ଫଳରେ ପୋଲିସ ଏବଂ ସ୍ବାସ୍ଥ୍ୟବିଭାଗର ମୁଣ୍ଡବ୍ୟଥା ହୋଇଛି।

ପ୍ରକାଶ ଯେ, ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୬ ଟା ୪୫ ମିନିଟରେ ସିଆଙ୍ଗବାଲି ପଞ୍ଚାୟତ ଅଞ୍ଚଳରୁ ଜଣେ ଗର୍ଭବତୀ ମହିଳା ସୁନିମା ପ୍ରଧାନଙ୍କୁ ପରିବାର ଲୋକ ଚିକିତ୍ସା ପାଇଁ ଆଣିଥିଲେ। ସେଠାରେ ଚିକିତ୍ସା ଚାଲିଥିବା ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଥିଲା ତାଙ୍କର ୨୪ ସପ୍ତାହ ହେଲା ଗର୍ଭଧାରଣ କରିଥିଲେ। ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ବ୍ୟବଛେଦ ପରେ ସ୍ପଷ୍ଟ ହେବ। ତେଣୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଘଟଣା ସମ୍ପର୍କରେ ଥାନାକୁ ଜଣାଯାଇଥିଲା। ତେବେ ପୋଲିସ ପହଞ୍ଚି ତଦନ୍ତ କରିବା ସହ ରିପୋର୍ଟ ପ୍ରସ୍ତୁତି ଆଦିରେ ବିଳମ୍ବ ଯୋଗୁ ମୃତକଙ୍କ ପରିବାର ଲୋକ ଏତେ ସମୟ ହେଲା କୌଣସି ବ୍ୟବଛେଦ କରାଯାଇପାରୁନାହିଁ କହି ଆମେ ଆଉ ବ୍ୟବଛେଦ କରାଇବୁ ନାହିଁ କହି ମୃତଦେହକୁ କାନ୍ଧରେ ଧରି ଚାଲି ଚାଲି ପରିବାର ଲୋକ ନିଜ ଘରକୁ ନେଇଯାଇଥିଲେ। ତେବେ ଘଟଣାସ୍ଥଳରେ ଆଇଆଇସି କନକ ମାଝୀ, ସବଇନ୍ସପେକ୍ଟର ଲଷ୍ମୀ ମାଝୀ ପ୍ରମୁଖ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଖବର ଲେଖିବା ସୁଦ୍ଧା ମୃତଦେହ ବ୍ୟବଛେଦ ହୋଇପାରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri