ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବ୍ୟବଚ୍ଛେଦ ବିଳମ୍ବକୁ ନେଇ ଅସନ୍ତୋଷ

ଦାରିଙ୍ଗବାଡି,୩।୬(ଅରୁଣ ସାହୁ):ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ମୃତଦେହ ବ୍ୟବଛେଦ କରାଇବାରେ ବିଳମ୍ବକୁ ନେଇ ଅସନ୍ତୋଷ ଦେଖାଯାଇଛି। ମୃତକଙ୍କ ପରିବାର ଲୋକ ଅସନ୍ତୋଷ ବ୍ୟକ୍ତ କରି ମୃତଦେହ ଧରି ସିଧା ଘରକୁ ପଳାଇଥିଲେ। ପୋଲିସ ଯେତେ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ପରିବାର ଲୋକ ମୃତଦେହକୁ ଧରି ଚାଲି ଚାଲି ନିଜ ଗାଁକୁ ନେଇଯାଇଥିଲେ। ଫଳରେ ପୋଲିସ ଏବଂ ସ୍ବାସ୍ଥ୍ୟବିଭାଗର ମୁଣ୍ଡବ୍ୟଥା ହୋଇଛି।

ପ୍ରକାଶ ଯେ, ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୬ ଟା ୪୫ ମିନିଟରେ ସିଆଙ୍ଗବାଲି ପଞ୍ଚାୟତ ଅଞ୍ଚଳରୁ ଜଣେ ଗର୍ଭବତୀ ମହିଳା ସୁନିମା ପ୍ରଧାନଙ୍କୁ ପରିବାର ଲୋକ ଚିକିତ୍ସା ପାଇଁ ଆଣିଥିଲେ। ସେଠାରେ ଚିକିତ୍ସା ଚାଲିଥିବା ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଥିଲା ତାଙ୍କର ୨୪ ସପ୍ତାହ ହେଲା ଗର୍ଭଧାରଣ କରିଥିଲେ। ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ବ୍ୟବଛେଦ ପରେ ସ୍ପଷ୍ଟ ହେବ। ତେଣୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଘଟଣା ସମ୍ପର୍କରେ ଥାନାକୁ ଜଣାଯାଇଥିଲା। ତେବେ ପୋଲିସ ପହଞ୍ଚି ତଦନ୍ତ କରିବା ସହ ରିପୋର୍ଟ ପ୍ରସ୍ତୁତି ଆଦିରେ ବିଳମ୍ବ ଯୋଗୁ ମୃତକଙ୍କ ପରିବାର ଲୋକ ଏତେ ସମୟ ହେଲା କୌଣସି ବ୍ୟବଛେଦ କରାଯାଇପାରୁନାହିଁ କହି ଆମେ ଆଉ ବ୍ୟବଛେଦ କରାଇବୁ ନାହିଁ କହି ମୃତଦେହକୁ କାନ୍ଧରେ ଧରି ଚାଲି ଚାଲି ପରିବାର ଲୋକ ନିଜ ଘରକୁ ନେଇଯାଇଥିଲେ। ତେବେ ଘଟଣାସ୍ଥଳରେ ଆଇଆଇସି କନକ ମାଝୀ, ସବଇନ୍ସପେକ୍ଟର ଲଷ୍ମୀ ମାଝୀ ପ୍ରମୁଖ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଖବର ଲେଖିବା ସୁଦ୍ଧା ମୃତଦେହ ବ୍ୟବଛେଦ ହୋଇପାରି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri