Posted inଜାତୀୟ

ଗର୍ଭବତୀ ପ୍ରସବ ଯନ୍ତ୍ରଣାରେ ହେଲେ ଛଟପଟ, ସ୍ବାମୀ କଲେ ଏପରି…

ରାଞ୍ଚି, ୧୯।୭: ଛତିଶଗଡ଼ରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାର ସଦ୍ୟତମ ଉଦାହରଣ ରାଞ୍ଚି ସଦର ହସ୍ପିଟାଲରେ ଶନିବାର ଦେଖିବାକୁ ମିଳିଛି। ଏଠାରେ ଜଣେ ଗର୍ଭବତୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ଡାକ୍ତର ତାଙ୍କୁ ରିମ୍ସ୍‌ ହସ୍ପିଟାଲକୁ ରେଫର କରିଥିଲେ। ତେବେ ଆମ୍ବୁଲାନ୍ସ୍‌ ପର୍ଯ୍ୟନ୍ତ ତାଙ୍କୁ ନେବାକୁ ଷ୍ଟ୍ରେଚର ମିଳି ନ ଥିଲା ପାଖରେ ଥିବା ଷ୍ଟ୍ରେଚରରେ ହସ୍ପିଟାଲ କର୍ମଚାରୀ ଚେୟାର ଲଦିବାରେ ବ୍ୟସ୍ତ ଥିଲେ। ଏପରିସ୍ଥଳେ ଗର୍ଭବତୀଙ୍କ ସ୍ବାମୀ ଆଉ ଅପେକ୍ଷା ନ କରି ତାଙ୍କୁ କୋଳରେ ଧରି ବୋହି ନେଇ ଆମ୍ବୁଲାନ୍ସ୍‌ ପର୍ଯ୍ୟନ୍ତ ଯାଇଥିଲେ। ଗର୍ଭବତୀଙ୍କୁ ସ୍ବାମୀ କୋଳରେ ବୋହି ନେଉଥିବାର ଫଟୋ ଏବଂ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବା ପରେ ପ୍ରଶାସନର ନିଦ ଭାଙ୍ଗିଥିଲା। ଏନେଇ ରାଞ୍ଚି ସଦର ହସ୍ପିଟାଲର ଡେପୁଟି ସୁପରିଟେଣ୍ଡେଣ୍ଟ୍‌ ଡ. ସବ୍ୟସାଚୀ ମଣ୍ଡଳ କହିଛନ୍ତି ଯେ, ସଦର ହସ୍ପିଟାଲରେ କର୍ମଚାରୀଙ୍କ ଅଭାବ ନାହିଁ। ତେବେ ଘଟଣାର ତଦନ୍ତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri