ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଜିଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ (ADMO) ରାୟଗଡ଼ା ଟାଉନ ଥାନାରେ ଏକ ଏତଲା ଦେଇଛନ୍ତି।

ସୂଚନା ମୁତାବକ, ଜେକେପୁର ଅଞ୍ଚଳର ଜଣେ ୪ ମାସର ଗର୍ଭବତୀ ମହିଳାଦୁଇ ଦିନ ତଳେ ପ୍ରସୂତି ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ସବୁକିଛି ସ୍ବାଭାବିକ ଥିବା ବେଳେ ଗତକାଲି ରାତି ପ୍ରାୟ ୧୧:୩୦ ସମୟରେ ମହିଳା ଜଣଙ୍କ ନିଜ ଶଯ୍ୟାରେ ଥିଲେ। ମାତ୍ର କିଛି ସମୟ ପରେ କାର୍ଯ୍ୟରତ ନର୍ସ ଯାଞ୍ଚ ପାଇଁ ଆସିବା ବେଳକୁ ମହିଳା ଜଣଙ୍କ ଶଯ୍ୟାରେ ନଥିଲେ।

ମହିଳା ଜଣଙ୍କୁ ହସ୍ପିଟାଲ ପରିସରରେ ବହୁ ଖୋଜାଖୋଜି କରାଯାଇଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଜଣେ ଗର୍ଭବତୀ ମହିଳା ଚିକିତ୍ସାଧୀନ ଅବସ୍ଥାରେ କିଭଳି ଗାଏବ ହୋଇଗଲେ, ତାହା ମେଡିକାଲ କର୍ତ୍ତୃପକ୍ଷଙ୍କୁ ଆଶ୍ଚର୍ଯ୍ୟ କରିଛି। ଏ ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବା ପରେ ମଙ୍ଗଳବାର ସକାଳେ ବିଧିବଦ୍ଧ ଭାବେ ଥାନାରେ ଜଣାଯାଇଥିଲା।

ଟାଉନ ଥାନା ଅଧିକାରୀ ପ୍ରସନ୍ନ କୁମାର ବେହେରା କହିଛନ୍ତି ଯେ, ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ଏକ ଲିଖିତ ଏତଲା ମିଳିଛି। ପୋଲିସ ଏହି ଘଟଣାରେ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମହିଳା ଜଣଙ୍କ ନିଜ ଇଚ୍ଛାରେ କେଉଁଆଡ଼େ ଚାଲିଯାଇଛନ୍ତି ନା ଏହା ପଛରେ ଅନ୍ୟ କିଛି କାରଣ ରହିଛି, ସେ ନେଇ ପୋଲିସ ଖୋଳତାଳ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?