Posted inଜାତୀୟ

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି ନିର୍ମମ ଭାବେ ନିର୍ଯାତନା ଦେଇ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ସଂଘାତିକ ମାମଲାଟି ଅମ୍ବିକାପୁର ନିକଟସ୍ଥ ଭିଥିକଲା ଗ୍ରାମରେ ଘଟିଛି।

ସୂଚନା ଅନୁଯାୟୀ, ଲଖନପୁରର ସାକରିଆ ଗ୍ରାମର ବାସିନ୍ଦା ହୀରାବାଈଙ୍କୁ ଗତ ମେ ୧୪ ତାରିଖରେ ତାଙ୍କ ସ୍ବାମୀ ପ୍ରଦୀପ ଅଗରିଆ ନିଜ ଘର ଭିତରେ ବର୍ବର ଭାବେ ଆକ୍ରମଣ କରିଥିଲେ। ହତ୍ୟା କରିବା ପରେ ଅଭିଯୋଗକୁ ଲୁଚାଇବା ପାଇଁ ଅଭିଯୁକ୍ତ ସ୍ବାମୀ ସ୍ତ୍ରୀର ମୃତଦେହକୁ ଏକ ମୋଟରସାଇକେଲ ପଛରେ ବାନ୍ଧି ଅମ୍ବିକାପୁର ମେଡିକାଲ କଲେଜ ହସ୍ପିଟାଲକୁ ଆଣିଥିଲା। ସେଠାରେ ସେ ଏହା ଏକ ଦୁର୍ଘଟଣା ବୋଲି ଦାବି କରିଥିଲା। ମାତ୍ର ଡାକ୍ତରମାନେ ମହିଳାଙ୍କୁ ମୃତ ଘୋଷଣା କରିବା କ୍ଷଣି ଅଭିଯୁକ୍ତ ସ୍ବାମୀ ହସ୍ପିଟାଲ ପରିସରରୁ ଫେରାର ହୋଇଯାଇଥିଲେ।

ଥାନା ଅଧିକାରୀ ସି.ପି. ତିୱାରୀଙ୍କ କହିବାନୁସାରେ, ଏହି ବର୍ବରତା କରିବା ସମୟରେ ତାଙ୍କର ୪ ବର୍ଷର କୁନି ଝିଅ ମଧ୍ୟ ସେଠାରେ ଉପସ୍ଥିତ ଥିଲା। ଶିଶୁଟି ହିଁ ପୋଲିସକୁ ନିଜ ବାପାର ପୈଶାଚିକ ଚେହେରା ବିଷୟରେ ସବୁ ସତ କଥା କହିଥିଲା । ଅଭିଯୁକ୍ତ ପ୍ରଥମେ ଏହାକୁ ଏକ ସଡ଼କ ଦୁର୍ଘଟଣାର ରୂପ ଦେବାକୁ ଚେଷ୍ଟା କରିଥିଲେ। କିନ୍ତୁ ପୋଷ୍ଟମର୍ଟମ ଏବଂ ଫୋରେନ୍ସିକ ଯାଞ୍ଚରୁ ଯେଉଁ ତଥ୍ୟ ସାମ୍ନାକୁ ଆସିଛି, ତାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ବ୍ୟବଚ୍ଛେଦରୁ ଜଣାପଡ଼ିଛି ଯେ ମୃତ ମହିଳା ଜଣକ ପ୍ରାୟ ୩ ମାସର ଗର୍ଭବତୀ ଥିଲେ। ଫୋରେନ୍ସିକ ଟିମ ମହିଳାଙ୍କ ଗୁପ୍ତାଙ୍ଗରୁ ଏକ ପ୍ରାୟ ୧୦ ଇଞ୍ଚର ଲୁହା ହେକ୍ସା ବେ୍‌ଲଡ୍‌ ଉଦ୍ଧାର କରିଛନ୍ତି । ମହିଳାଙ୍କ ଶରୀରରେ ଏକାଧିକ ଗମ୍ଭୀର କ୍ଷତ ଚିହ୍ନ ରହିଛି। ଏକ ଶକ୍ତ କାଠ ବାଡ଼ିରେ ବାରମ୍ବାର ମୁଣ୍ଡକୁ ଆଘାତ କରାଯିବା ଫଳରେ ତାଙ୍କ ମୁଣ୍ଡର ହାଡ଼ ଫାଟି ଯାଇଥିବା ରିପୋର୍ଟରେ କୁହାଯାଇଛି।
ଏହି ସାଂଘାତିକ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପୋଲିସ ଏହି ମାମଲାରେ ହତ୍ୟା ମାମଲା ରୁଜୁ କରି ଫେରାର ଅଭିଯୁକ୍ତ ସ୍ବାମୀକୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri