ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ

ଚୌଦ୍ୱାର,୨୨।୮(ଡି.ଏନ୍‌.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ ଥିବାବେଳେ ରୋଗୀ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ସାହି ଭିତରକୁ ପଶିପାରୁ ନାହିଁ। ଏହି ସମୟରେ ଗାଁକୁ ଆମ୍ବୁଲାନ୍ସ ନ ଯିବାରୁ ଜଣେ ଗର୍ଭବତୀଙ୍କୁ ପ୍ରାୟ ଅଧକିଲୋମିଟର ରାସ୍ତା ଚାଲିଚାଲି ଆସିବାକୁ ପଡିଥିଲା। ଏଭଳି ଘଟଣା ଶୁକ୍ରବାର ନପଙ୍ଗ ପଞ୍ଚାୟତର ବିରୋଳ ଗ୍ରାମରେ ଦେଖିବାକୁ ମିଳିଛି। ଗତ କିଛିଦିନ ଲଗାଣ ବର୍ଷା ଲାଗିରହିଥିବାରୁ ବିରୋଳ ଗ୍ରାମରେ ବର୍ଷା ଜଳ ଜମି ରହିଥିଲା। ଗ୍ରାମକୁ ପକ୍କା ରାସ୍ତା ନ ଥିବାରୁ ପାଣି ଜମିବା ସହ ଲୋକଙ୍କ ଘରେ ମଧ୍ୟ ପାଣି ପଶିରହିଥିଲା। ଯଦ୍ଦ୍ବାରା ଲୋକମାନେ ନାନାଦି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ବର୍ଷା ଜଳ ରହିବା ଦ୍ୱାରା ବିଭିନ୍ନ ଥଣ୍ଡା ରୋଗ ଓ ଚର୍ମ୍‌ ରୋଗର ହେବାର ଗ୍ରାମବାସୀ ଆଶଙ୍କା କରିଛନ୍ତି। ତେବେ ଶୁକ୍ରବାର ବିରୋଳ ଗ୍ରାମର ଗୋପାଳ ସାହିର ରତ୍ନାକର ବେହେରାଙ୍କ ସ୍ତ୍ରୀ ବାସନ୍ତୀଙ୍କ ପ୍ରସବ ବେଦନା ହେବାରୁ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ଗାଡ଼ି ଗ୍ରାମ ପର୍ଯ୍ୟନ୍ତ ଆସିଥିଲେ ମଧ୍ୟ ମୁଖ୍ୟରାସ୍ତାରେ ଅଟକି ଯାଇଥିଲା। ଗ୍ରାମ ଭିତରକୁ ଯିବା ପାଇଁ ବର୍ଷା ଜଳରେ ରାସ୍ତା ଭର୍ତ୍ତି ହୋଇଯାଇଥିବାରୁ ଡ୍ରାଇଭର ଗାଡ଼ି ଆଗକୁ ନେଇ ନ ଥିଲେ। ଫଳରେ ପରିବାର ଲୋକେ ବାସନ୍ତୀଙ୍କୁ ଆମ୍ବୁଲାନ୍ସ ପାଖକୁ ଯିବା ପାଇଁ ଅଧକିଲୋମିଟର ପର୍ଯ୍ୟନ୍ତ ଚାଲିଥିଲେ। ତେବେ ଏହି ଘଟଣାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିବା ସହ ଜଳ ନିଷ୍କାସନ ପାଇଁ ସାଧାରଣରେ ଦାବି କରିଛନ୍ତି। ଏଥିପାଇଁ ପ୍ରଶାସନ ନିକଟରେ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଏଯାବତ୍‌ ନିଆଯାଇ ନ ଥିବା ଗ୍ରାମର ବାସନ୍ତୀ ଦାସ, ଶାନ୍ତିଲତା ଲେଙ୍କା, ମୋହନି ଚରଣ ଲେଙ୍କା, ପ୍ରଦୀପ ବେଉରା ପ୍ରମୁଖ କହିଛନ୍ତି। ଏ ନେଇ ସରପଞ୍ଚ ସନାତନ ସ୍ବାଇଁ କହିଛନ୍ତି, ଏ ଅଞ୍ଚଳରେ ଜଳ ନିଷ୍କାସନ ପାଇଁ ଅର୍ଥ ଆସିଥିଲେ ମଧ୍ୟ କେତେଜଣ ଲୋକ ସରକାରୀ ଜମି ଉପରେ ଜବରଦଖଲରେ ରହୁଥିବାରୁ କାମ ହୋଇପାରୁ ନାହିଁ। ଏହି କଥା ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରି କାର୍ଯ୍ୟକୁ ସମ୍ପୂର୍ଣ୍ଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri