୫ କି.ମି. ଖଟିଆରେ ବୁହାହେଲେ ଗର୍ଭବତୀ

ଭବାନୀପାଟଣା,୩୧।୧୨(ସ୍ବ.ପ୍ର.): କଳାହାଣ୍ଡିରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଭାରରେ ବୁହା ହେଲେ ଗର୍ଭବତୀ। ରାସ୍ତା ସମସ୍ୟା ଯୋଗୁ ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ। ଆଉ ସେଥି ପାଇଁ ଖଟିଆ ପାଲଟିଲା ଆମ୍ବୁଲାନ୍ସ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଥୁଆମୂଳ ରାମପୁର ବ୍ଲକ ମୁଖ୍ୟଳୟଠାରୁ ମାତ୍ର ୨୫ କି.ମି. ଦୂରରେ ଥିବା ଖମନପଡା ଗାଁରେ। ଗାଁର ଦ୍ରୋପଦୀ ଗୌଡ଼ଙ୍କୁ ପ୍ରସବ ଯନ୍ତ୍ରଣା ହୋଇଥିଲା। ପ୍ରସବ ନିମନ୍ତେ ଡାକ୍ତରଖାନା ନେବା ପାଇଁ ପରିବାର ଲୋକେ ଆମୁଲାନ୍ସ ସହ ଯୋଗାଯୋଗ କରିଥିଲେ। ଖବର ପାଇ ଆମ୍ବୁଲାନ୍ସ ଆସିଥିଲା। କିନ୍ତୁ ଗାଁକୁ ରାସ୍ତା ଓ ନଦୀରେ ପୋଲ ନ ଥିବାରୁ ଆମ୍ବୁଲାନ୍ସ ଆଗକୁ ଯାଇ ପାରି ନ ଥିଲା। ପରେ ପରିବାର ଓ ଗ୍ରାମବାସୀ ମିଶି ଦ୍ରୋପଦୀଙ୍କୁ ଖଟିଆରେ ବୋହି ଇନ୍ଦ୍ରାବତୀ ନଦୀ ପାରି କରାଇ ଗାଁରୁ ୫ କି.ମି. ଡେଲାଗାଁ ପର୍ଯ୍ୟନ୍ତ ବୋହି ଆଣିଥିଲେ। ସେଠାରୁ ଆମୁଲାନ୍ସରେ ଦ୍ରୋପଦୀଙ୍କୁ ନେଇ ଥୁଆମୂଳ ରାମପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଦ୍ରୋପଦୀ ଏକ ଶିଶୁପୁତ୍ର ଜନ୍ମ ଦେଇଥିବା ଜଣାପଡିଛି। ଖମାନପଡା ଗାଁକୁ ସବୁଦିନିଆ ରାସ୍ତା ନ ଥିବାରୁ ଅନେକ ସମୟରେ ଏଭଳି ଚିତ୍ର ସାମ୍ନାକୁ ଆସୁଛି। ଗ୍ରାମବାସୀ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଗ୍ରାମବାସୀ ନଦୀରେ ଏକ କାଠ ପୋଲ ନିର୍ମାଣ କରିଛନ୍ତି। ହେଲେ ବାରମ୍ବାର ଏଭଳି ଚିତ୍ର ସାମ୍ନାକୁ ଆସିଲେ ମଧ୍ୟ ଓ ଗ୍ରାମବାସୀଙ୍କ ଅଭିଯୋଗ ପରେ ସୁଦ୍ଧା ଶୋଇ ଥାଇ ଚେଇଁ ଥିବା ଅଭିନୟ କରୁଛିି ଉଭୟ ଶାସନ ଓ ପ୍ରଶାସନ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri