ଭାରରେ ବୁହାହେଲେ ଗର୍ଭବତୀ

ପଟ୍ଟାଙ୍ଗୀ,୨୯ା୮(ଡି.ଏନ.ଏ.): ଓଡିଶା ସରକାରଙ୍କ ଶିଶୁ ଓ ଜନନୀ ସୁରକ୍ଷା ନିମନ୍ତେ ଆମ୍ବୁଲାନ୍ସ ସେବାଭଳି ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିଲେ ସୁଦ୍ଧା ଗ୍ରାମାଞ୍ଚଳରେ ଏହା ପହଞ୍ଚତ୍ ପାରିନାହିଁ। ଫଳରେ ଲୋକେ ବିଭିନ୍ନ ସମୟରେ ହଇରାଣ ହେଉଛନ୍ତି। ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଜଣେ ଗର୍ଭବତୀ ମହିଳା ଭାରରେ ବୁହା ହେବା ପରି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଳଗୋଲୁର ପଞ୍ଚାୟତର ପଟୁଗୁଡା ଗ୍ରାମରେ। ଗ୍ରାମର ସନା ମାରିଙ୍କ ରବିବାର ସକାଳେ ଗର୍ଭ ଯନ୍ତ୍ରଣା ହେବାରୁ ୧୦୮ ଆମ୍ବୁଲାନ୍ସ କୁ ଫୋନ କରିଥିଲେ। ମାତ୍ର ଗ୍ରାମକୁ ରାସ୍ତା ନଥିବାରୁ ସମ୍ପର୍କୀୟମାନେ ତାଙ୍କୁ ଭାରରେ ବୋହି ଗାଁରୁ ଚିକଟାଆମଗୁଡା ପର୍ଯ୍ୟନ୍ତ ଆଣିଥିଲେ । ପରେ ସେଠାରୁ ଏକ ଅଟୋ ଯୋଗେ ୨ହଜାର ଟଙ୍କା ଭଡା ଦେଇ ପଟ୍ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣୁଥିବା ସମୟରେ ପେଟ୍ରୁ ପଞ୍ଚାୟତ ନିକଟରେ ଆମ୍ବୁଲାନ୍ସ ଦେଖି ସେଠାରୁ ଆମ୍ବୁଲାନ୍ସ ଯୋଗେ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ରେ ସନା ୨ଟି ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଗୋଟିଏ ଶିଶୁ ପୁତ୍ର ଓ ଗୋଟିଏ ଶିଶୁ କନ୍ୟା ରହିଛି। ବର୍ତ୍ତମାନ ସମସ୍ତେ ସୁସ୍ଥ ରହିଛନ୍ତି । ସୂଚନାଯୋଗ୍ୟ, ଚିପିଟିଆମ୍ବଗୁଡ଼ାରୁ ପଟୁଗୁଡା ଗ୍ରାମକୁ ଆସିବାକୁ ହେଲେ ପ୍ରାୟ ୩ କିଲୋମିଟର ନଦୀ ପାହାଡ ଦେଇ ଆସିବାକୁ ପଡିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

GDP ତଥ୍ୟକୁ ନେଇ ବିବାଦ; ସ୍ପଷ୍ଟୀକରଣ ରଖିଲେ ସରକାର, ଆକଳନରେ…

ନୂଆଦିଲ୍ଲୀ,୨ା୯: ଭାରତୀୟ ଅର୍ଥନୀତିର GDP ତଥ୍ୟକୁ ନେଇ ଉଠିଥିବା ପ୍ରଶ୍ନ ଉପରେ ସରକାର ଏବେ ସ୍ପଷ୍ଟୀକରଣ ଦେଇଛନ୍ତି । ଅଗଷ୍ଟ ୩୧ରେ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri