ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ତଦନ୍ତ ଆରମ୍ଭ କଲେ ସିଡିପିଓ, ଆଶାକର୍ମୀଙ୍କୁ ଦାୟୀ କରି…

ଦାରିଙ୍ଗବାଡ଼ି,୧୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ନାହୁଡ଼ସରୁ ଗ୍ରାମରେ ଗର୍ଭବତୀ ବନିଆ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟଣାର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ରାଜ୍ୟ ସ୍ତରୀୟ ତଦନ୍ତ ପ୍ରକ୍ରିୟା କରାଯାଉଥିବା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ କହିଛନ୍ତି।

ସେହିପରି ଦାରିଙ୍ଗବାଡ଼ି ସମନ୍ବିତ ଶିଶୁ ଓ ମହିଳା ବିକାଶ ଯୋଜନାର ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା ମଧ୍ୟ ଘଟଣାର ତଦନ୍ତ ପାଇଁ ଜଣେ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ପାଇବା ପରେ ସୁପରଭାଇଜର ସୁଜାତା ସାହୁ ତଦନ୍ତ କରି ଫେରିଥିବା ବେଳେ ପୁଣି ତଦନ୍ତ ପାଇଁ ଯିବେ ବୋଲି ସିଡିପିଓ କହିଛନ୍ତି। ତେବେ ଆଶାକର୍ମୀ ନିର୍ମାତା ପ୍ରଧାନ ଯଦି ପୂର୍ବରୁ ଗର୍ଭବତୀ ଥିବା ବାନିଆଙ୍କୁ ବାରମ୍ବାର ହସ୍ପିଟାଲ ନେଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥାନ୍ତେ ତେବେ ଆଜି ଏଭକି ବନିଆଙ୍କ ମୃତ୍ୟୁ ଘଟି ନ ଥାନ୍ତା ବୋଲି ମୃତ ବନିଆଙ୍କ ସ୍ବାମୀ ସଞ୍ଜୀବ ପ୍ରଧାନ, ଗ୍ରାମର ସୁକାନ୍ତ ପ୍ରଧାନ ଓ ଅନ୍ୟମାନେ ଅଭିଯୋଗ କରିଛନ୍ତି। ଏମିତିକି ବନିଆ ରବିବାର ପ୍ରଥମେ ଅସୁସ୍ଥ ହୋଇପଡ଼ିଥିଲେ। ସେହିଦିନ ତାଙ୍କୁ ଦାରିଙ୍ଗବାଡ଼ି ସ୍ବାସ୍ଥ୍ୟକେନ୍ଦ୍ରକୁ ନେବାକୁ ସଞ୍ଜୀବ ବହୁତ ନେହୁରା ହୋଇଥିଲେ ମଧ୍ୟ ଆଶାକର୍ମୀ ଗର୍ଭବତୀଙ୍କ ସହ ଯାଇ ନ ଥିଲେ ତେଣୁ ଆଶାକର୍ମୀଙ୍କ ବିରୋଧରେ ମୃତକଙ୍କ ପରିବାର ଅଭିଯୋଗ ଆଣିଛନ୍ତି। ଏନେଇ ଆଶାକର୍ମୀ କହିଛନ୍ତି ସେ ତାଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ୨ ଥର ନେଇଥିଲେ। ତାଙ୍କର ଅଲଟ୍ରାସାଉଣ୍ଡ ହେଲେ ସମସ୍ୟା ଜଣାପଡ଼ିଥାନ୍ତା। ତେବେ ଦାରିଙ୍ଗବାଡ଼ିରେ ଅଲଟ୍ରାସାଉଣ୍ଡ ବ୍ୟବସ୍ଥା ନ ଥିଲା। ତେଣୁ ତାଙ୍କର ଗଭୀର ସମସ୍ୟା ସମ୍ପର୍କରେ ଜଣାପଡ଼ି ନ ଥିଲା ବୋଲି ସେ କହିଛନ୍ତି। ସେହିଦିନ ତାଙ୍କ ପିଲାର ସ୍ବାସ୍ଥ୍ୟ ଖରାପ ରହିଥିବାରୁ ସେ ବନିଆଙ୍କ ସହ ଯାଇପାରି ନ ଥିଲେ କିନ୍ତୁ ତାଙ୍କ ପଡ଼ୋଶୀ ଆଶାକର୍ମୀ ତାଙ୍କ ସହ ଥିଲେ ବୋଲି ନାହୁଡ଼ସରୁର ଆଶାକର୍ମୀ ନିର୍ମାତା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

ସୂଚନାଯୋଗ୍ୟ, ରବିବାର ବନିଆଙ୍କ ପେଟ ପ୍ରବଳ ବ୍ୟଥା ହେବା ସହ ରକ୍ତସ୍ରାବ ବୃଦ୍ଧି ପାଇଥିଲା ତାଙ୍କୁ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଅଲଟ୍ରାସାଉଣ୍ଡ ବ୍ୟବସ୍ଥା ନଥିବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ଯିବାକୁ ପରାମର୍ଶ ଦେଇଥିଲେ। ଏଥିରେ ଆଶା ଏବଂ ବନିଆଙ୍କ ସ୍ବାମୀ ବନିଆଙ୍କୁ ଗାଁକୁ ଫେରେଇ ଆଣିଥିଲେ। ତେବେ ଘରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଗୁରୁତର ହେବାରୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାକେନ୍ଦ୍ର ଓ ପରେ ସେଠାରୁ ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ପୂର୍ବାହ୍ନରେ ମୃତ୍ୟୁ ହୋଇଥିବା ମୃତ ବନିଆଙ୍କ ସ୍ବାମୀ ସଞ୍ଜୀବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri